Mon. Dec 23rd, 2024

ନ୍ୟୁଜ ଡେକ୍ସ: ଅପରିବର୍ତ୍ତିତ ରହିଲା ରେପୋ ରେଟ୍ । ଲଗାତାର ୧୧ ଥର ପାଇଁ ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ । ରେପୋ ରେଟ୍‌କୁ ୬.୫ ପ୍ରତିଶତରେ ସ୍ଥିର ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ । ଫଳରେ ଅର୍ଥ ଲୋନ ଇଏମ୍ଆଇ ରେ କୌଣସି ପରିବର୍ତ୍ତନ ହେବନି । ଏନେଇ ସୂଚନା ଦେଇଛନ୍ତି ଆରବିଆଇ ଗଭର୍ଣ୍ଣର ତଥା ଏମପିସି ଅଧ୍ୟକ୍ଷ ଶକ୍ତିକାନ୍ତ ଦାସ ।

ତେବେ କ୍ରମାଗତ ଏକାଦଶ ଥର ପାଇଁ ରେପୋ ରେଟରେ ପରିବର୍ତ୍ତନ କରାଯାଇନାହିଁ । ଗତ ବର୍ଷ ଫେବୃଆରୀରେ ଶେଷ ଥର ପାଇଁ ରେପୋ ରେଟ୍ ପରିବର୍ତ୍ତନ ହୋଇଥିଲା। ଏହା ପରଠାରୁ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ମୁଦ୍ରାସ୍ଫିତୀକୁ ନିୟନ୍ତ୍ରଣରେ ରଖିବା ପାଇଁ ଏହି ପଦକ୍ଷେପ ନିଆଯାଇଥିବା କୁହାଯାଉଛି। ରେପୋ ହାରରେ କୌଣସି ପରିବର୍ତ୍ତନ ନହେବା କାରଣରୁ ଘର ଏବଂ କାର ଲୋନ୍ ସମେତ ସମସ୍ତ ପ୍ରକାରର ଲୋନର ଇଏମଆଇ ପୂର୍ବ ପରି ସମାନ ରହିଛି। ଲୋନ ନେଇ ଇଏମଆଇ ଦେଉଥିଲେ ଏହା ବୃଦ୍ଧି ପାଇବନି । ରେପୋ ରେଟ୍କୁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନିଆଯାଇଥିବା ନେଇ ଏମପିସି ବୈଠକରେ କହିଛନ୍ତି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ଦରଦାମ ବୃଦ୍ଧିରେ ନିୟନ୍ତ୍ରଣ ଆମର ପ୍ରାଥମିକତା । ଅପରିବର୍ତ୍ତିତ ରେପୋରେଟ ବର୍ତ୍ତମାନର ଅର୍ଥନୈତିକ ଅବସ୍ଥା ପ୍ରତି ଏକ ସତର୍କ ଆଭିମୁଖ୍ୟ ସୂଚାଉଥିବା ସେ କହିଛନ୍ତି । ପ୍ରକାଶ ଥାଉକି, ରିଜର୍ଭ ବ୍ୟାଙ୍କ ବାଣିଜ୍ୟିକ ବ୍ୟାଙ୍କଗୁଡିକୁ ଯେଉଁ ସୁଧହାରରେ ଋଣ ଦେଇଥାଏ, ତାକୁ ରେପୋ ରେଟ କହନ୍ତି । ଏଥିରେ ପରିବର୍ତ୍ତନ ହେଲେ ବାଣିଜ୍ୟିକ ବ୍ୟାଙ୍କ ଗ୍ରାହକ ସିଧାସଳଖ ପ୍ରଭାବିତ ହୋଇଥାନ୍ତି ।

Leave a Reply

Your email address will not be published. Required fields are marked *