Wed. Oct 22nd, 2025

ନ୍ୟୁଜ ଡେକ୍ସ : ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ଆଜି ପ୍ରବଳ ବର୍ଷିବ । ଆଜି ପ୍ରବଳ ବର୍ଷା ନେଇ ରାଜ୍ୟର 3 ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ତିନି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ଝାରସୁଗୁଡ଼ା, ସମ୍ବଲପୁର, ,ସୁନ୍ଦରଗଡ଼ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି।

ବିଜୁଳି ଘଡ଼ଘଡ଼ି ସହ 30ରୁ 40 କିମି ବେଗରେ ପବନ ବହିବା ଆଶଙ୍କା କରାଯାଉଛି। ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅନ୍ୟ ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଆସନ୍ତା ୨୮ ତାରିଖ ଯାଏ ବର୍ଷା ଲାଗି ରହିବ। ଆସ୍ତେ ଆସ୍ତେ ୩୦ରୁ କମିବ ବର୍ଷାର ପରିମାଣ । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ତେବେ ଏତେ ପରିମାଣର ବର୍ଷା ଯୋଗୁଁ ଜଳ ନିଷ୍କାସନରେ ସମସ୍ୟା ଉପୁଜିବା ସହ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଉଛି ।

ତେବେ ନଦୀଗୁଡ଼ିକ ବିପଦ ସଙ୍କେତ ତଳେ ରହିଥିବା ବେଳେ ଆସନ୍ତାକାଲି ବି ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ସତର୍କ ରହିବାକୁ କହିଛି ଜଳସମ୍ପଦ ବିଭାଗ । ଯଦି ଆଗକୁ ବର୍ଷା ଲଗାତର ଭାବରେ ବଢ଼େ ତେବେ ନଦୀକୁଳ ଏବଂ ତଳିଆ ଅଞ୍ଚଳର ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରାଯିବ ଏବଂ ସହାୟତା ପାଇଁ ଅଗ୍ନିଶମ ବିଭାଗ ଓ ଓଡ୍ରାଫ୍ଟ ଟିମ୍ ସହାୟତା ନିଆଯିବ।

Leave a Reply

Your email address will not be published. Required fields are marked *