ନ୍ୟୁଜ ଡେକ୍ସ: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳ ଉପରେ ଲଘୁଚାପ ଅଛି । ଏହା ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଛତିଶଗଡ଼ ଆଡ଼କୁ ଗତି କରିବ । ଏହାର ପ୍ରଭାବରେ ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ଅନେକ ସ୍ଥାନରେ ବର୍ଷା ସହ ଉତ୍ତର ଓଡ଼ିଶା ଏବଂ ପାଖ ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।
ଶୁକ୍ରବାର ରଥଯାତ୍ରାରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବଲାଙ୍ଗିର ଓ ବୌଦ୍ଧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବରଗଡ଼, ନୂଆପଡ଼ା, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, ମୟୂରଭଞ୍ଜ, ଝାରସୁଗୁଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ।
ବିଜୁଳି, ଘଡ଼ଘଡ଼ି ନେଇ ୧୧ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତିସଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
