Thu. Oct 23rd, 2025
Screenshot

ନ୍ୟୁଜ ଡେକ୍ସ: ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଲାଞ୍ଚ ନେବା ପଡିଲା ମହଙ୍ଗା । ଜମିଜମା ସଂକ୍ରାନ୍ତୀୟ ମାମଲାର ଫଇସଲା ପାଇଁ ଲାଞ୍ଚ ନେଉଥିଲେ ଏଆରଆଇ । ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ।

ଖୋର୍ଦ୍ଧା ଜିଲ୍ଲା ଚିଲିକା ତହସିଲ ଅଧିନସ୍ଥ ସୋରଣ ଏଆରଆଇ କୈଳାଶ ଚନ୍ଦ୍ର ବେହେରା ଭିଜିଲାନ୍ସ ଜାଲରେ ଫସିଥିବା ଜଣାପଡିଛି । ତାଙ୍କ ନିକଟରୁ ୨୦ ହଜାର ଲାଞ୍ଚ ଟଙ୍କା ଜବତ କରାଯାଇଛି । ଲାଞ୍ଚ ଧରାପଡ଼ିବା ପରେ ତାଙ୍କର ଦୁଇଟି ସ୍ଥାନରେ ରେଡ୍ ଚାଲିଛି ।

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ରେଡ୍ ହେଉଛି । ତାଙ୍କ ନାଁରେ ମାମଲା ରୁଜୁ କରିଛି ଭିଜିଲାନ୍ସ ।ପୂର୍ବରୁ ମଧ୍ୟ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଗିରଫ ହୋଇଥିଲେ କୈଳାସ ଚନ୍ଦ୍ର ବେହେରା ।

Screenshot

Leave a Reply

Your email address will not be published. Required fields are marked *