Thu. Oct 23rd, 2025

ନ୍ୟୁଜ ଡେକ୍ସ: ଭିଜିଲାନ୍ସ ଜାଲରେ ପୋଲିସ ବାବୁ। ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ଥାନାରେ କାର୍ଯ୍ୟରତ ଏଏସଆଇ ବୁଡୁ ଭୋଇଙ୍କୁ ଧରିଛି ଭିଜିଲାନ୍ସ। ଏକ ଦୁର୍ଘଟଣାରେ ଜବତ ହୋଇଥିବା ମୋଟର ସାଇକେଲ ଛାଡ଼ିବା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି ବୁଡୁ। ରିପୋର୍ଟ ଅନୁଯାୟୀ, ଦୁର୍ଘଟଣା କେସ୍ରେ ଫଶିଥିବା ଜଣେ ବ୍ୟକ୍ତିଙ୍କ ବାଇକ୍କୁ ଛାଡିବାକୁ ଥାନା ବାବୁ ଜଣଙ୍କ ଲାଞ୍ଚ ନେଉଥିଲେ ।

ବ୍ୟକ୍ତି ଜଣକ ଶ୍ରୀ ଭୋଇଙ୍କୁ ଗତ ଏକ ମାସ ଧରି ମୋଟରସାଇକେଲ ଛାଡିଦେବାକୁ ଅନୁରୋଧ କରିଥିଲେ। ହେଲେ ଏଥିପାଇଁ ଶ୍ରୀ ଭୋଇ ତାଙ୍କୁ ୬୦୦୦ ଟଙ୍କା ଲାଞ୍ଚ ମାଗିଥିଲେ। ଏହା ପରେ ବ୍ୟକ୍ତି ଜଣକ ଭିଜିଲାନ୍ସ କର୍ତ୍ତୃପକ୍ଷଙ୍କ ନିକଟରେ ଜଣାଇଥିଲେ। ପରେ ଶ୍ରୀ ଭୋଇ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଉଥିବା ବେଳେ ମାଡିବସିଥିଲା ଭିଜିଲାନ୍ସ ଟିମ୍। ତେବେ ଲାଞ୍ଚ ନେବା ଘଟଣା ସାମ୍ନାକୁ ଆସିବା ପରେ ବୁଡୁ ଭୋଇଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ ଜାରି ରହିଛି ।

ଏହା ପରେ ଭିଜିଲାନ୍ସର ଯୋଜନା ଅନୁସାରେ ପୀଡିତ ଜଣକ ୬ ହଜାର ଟଙ୍କା ଦେବା ପାଇଁ ରାଜି ହୋଇଥିଲେ। ଭିଜିଲାନ୍ସ ଭୋଇଙ୍କୁ ଟଙ୍କା ଗ୍ରହଣ କରିବା ଅବସ୍ଥାରେ ଧରିବା ପାଇଁ ଯୋଜନା କରିଥିଲା। ଆଜି ଦିନ ୧୨ଟା ସମୟରେ ଯୋଜନା ମୁତାବକ ଅଭିଯୋଗକାରୀଙ୍କ ଠାରୁ ଏଏସଆଇ ବୁଦୁ ଭୋଇ ୬ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଧରିବାରେ ସକ୍ଷମ ହୋଇଛି। ସଂପୂର୍ଣ୍ଣ ଲାଞ୍ଚ ଟଙ୍କା ଜବତ ସହ ଅଧିକ ତଦନ୍ତ ଚଲାଇଛି ଦୁର୍ନୀତି ନିବାରଣ ସଂସ୍ଥା ।

Leave a Reply

Your email address will not be published. Required fields are marked *