ନ୍ୟୁଜ ଡେକ୍ସ: ଲୋକଙ୍କ ପାଖରେ ପହଞ୍ଚିବ ଲୋକଙ୍କ ସରକାର । ସମସ୍ୟାର ସମାଧାନ ପାଇଁ ଭୁବନେଶ୍ୱର ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିବା ଆବଶ୍ୟକ ନାହିଁ । ଖୋଦ୍ ମୁଖ୍ୟମନ୍ତ୍ରୀ ଲୋକଙ୍କ ପାଖକୁ ଆସିଛନ୍ତି ।
ସୋମବାର ସମ୍ବଲପୁର ମହାନଗର ନିଗମ ଦୁର୍ଗାପାଲି କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି କାର୍ଯ୍ୟକ୍ରମ । ପ୍ରଥମ ଥର ରାଜଧାନୀ ବାହାରେ ଅନୁଷ୍ଠିତ ହୋଇଛି ଏହି କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ୧୦ ଜଣ ମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି କରାଯାଇଛି। ଆଜି ସକାଳ ୮ଟାରୁ ଆରମ୍ଭ ହୋଇଛି ଜନ ଶୁଣାଣି। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପୋର୍ଟାଲରେ ଆଜି ପାଇଁ ହଜାରେ ଲୋକେ ନିଜ ଅଭିଯୋଗ ଦାଏର କରିଛନ୍ତି। ଅନଲାଇନ୍ ସମେତ ଅଫଲାଇନରେ ବି ଅଭିଯୋଗ ଶୁଣାଯିବ।
ଆଜିର ଅଭିଯୋଗ ଶୁଣାଣିରେ ଗୃହ, ରାଜସ୍ବ, ଗୃହ ନିର୍ମାଣ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଭଳି ବିଭାଗର ସଚିବଙ୍କ ସହ ୧୩ ଜଣ ସଚିବ ସ୍ତରୀୟ ବରିଷ୍ଠ IAS ଉପସ୍ଥିତ ଅଛନ୍ତି। ଗତକାଲି ଭୁବନେଶ୍ୱରରୁ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବା ପରେ ସଡ଼କପଥରେ ସମ୍ବଲପୁର ଆସିଥିଲେ ମୁଖ୍ୟମନ୍ତ୍ରୀ ।
ସ୍ଥାନୀୟ ବିଧାୟକ ଜୟନାରାୟଣ ମିଶ୍ର ଓ ଜିଲ୍ଲାପାଳ ସିଦ୍ଦେଶ୍ୱର ବଳିରାମ ବୋନ୍ଦର ତାଙ୍କୁ ସ୍ୱାଗତ କରିଥିଲେ। ମୁଖ୍ୟମନ୍ତ୍ରୀ ସମଲେଶ୍ୱରୀ ମନ୍ଦିର ପରିଦର୍ଶନ କରିଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଓ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ମା’ସମଲେଇଙ୍କ ଆଶୀର୍ବାଦ ନେଇଛନ୍ତି।
