ନ୍ୟୁଜ ଡେକ୍ସ : ପ୍ରବଳ ବର୍ଷା ଓ ଜଳବନ୍ଦୀ ପରିସ୍ଥିତି କୁ ଦୃଷ୍ଟିରେ ରଖି ଆଜି କଟକ ଜିଲ୍ଲାରେ ଛୁଟି ବାତିଲ୍ ଘୋଷଣା କରାଯାଇଛି । ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ । ଜିଲ୍ଲାର ସମସ୍ତ ଅଧିକାରୀ ଓ କର୍ମଚାରୀ ମୁଖ୍ୟାଳୟରେ ଉପସ୍ଥିତ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।ଜରୁରିକାଳୀନ ପରିସ୍ଥିତିକୁ ଦୃଷ୍ଟିରେ ରଖି କଟକ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ ।
ଜିଲ୍ଲାର ସମସ୍ତ ଅଧିକାରୀ ଓ କର୍ମଚାରୀ କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଏହାର ଖିଲାପ କଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି । ଅନ୍ୟପକ୍ଷରେ ହୀରାକୁଦ ଗେଟ୍ ଖୋଲାଯିବା ପରେ ଶନିବାର ସନ୍ଧ୍ୟା ସୁଦ୍ଧା ମୁଣ୍ଡଳୀରେ ୪ ଲକ୍ଷରୁ ଅଧିକ ଘନଫୁଟ୍ ଜଳ ପ୍ରବାହିତ ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆଗାମୀ ଦିନମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଜାରି ସୂଚନା ଅନୁସାରେ, ଏହି ଲଘୁଚାପ ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ହୋଇଥିବା ଓ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।
ଏହି ପାଣିପାଗ ପରିସ୍ଥିତି ଯୋଗୁଁ ରାଜ୍ୟର କିଛି ଜିଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ ବିଜୁଳି ହେବାର ଆଶଙ୍କା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର, ଭୁବନେଶ୍ବରର ନିର୍ଦ୍ଦେଶକ ଡ. ମନୋରମା ମହାନ୍ତି କହିଛନ୍ତି, “ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ନବରଙ୍ଗପୁର ସମେତ ଅନ୍ୟାନ୍ୟ ଜିଲ୍ଲାରେ ପ୍ରବଳ ବର୍ଷା ସହ ଝଡ଼ତୋଫାନ ହୋଇପାରେ ।
