Thu. Oct 23rd, 2025

ନ୍ୟୁଜ ଡେକ୍ସ : ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରେ ଏବେ ଶିକ୍ଷା ବିଭାଗରେ ଥିବା ଅଧିକାରୀ ଓ କର୍ମଚାରୀଙ୍କୁ ବଦଳି ପାଇଁ ପ୍ରସ୍ତୁତ ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି, ଆଗକୁ କୌଣସି ଅଧିକାରୀ ୩ ବର୍ଷରୁ ଅଧିକ ସମୟ ଗୋଟିଏ ସ୍ଥାନରେ ରହିପାରିବେ ନାହିଁ। ଏନେଇ ନିଷ୍ପତ୍ତି ନେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ।

ଚଳିତ ବର୍ଷ ୫୦ ପ୍ରତିଶତ ଅଧିକାରୀ, କର୍ମଚାରୀ ବଦଳି ହେବେ । ଆସନ୍ତାବର୍ଷକୁ ବାକି ରହିଯାଇଥିବା ଅଣଶିକ୍ଷକଙ୍କୁ ବଦଳି କରାଯିବ । ସେହିପରି ନିଜ ଜିଲ୍ଲା କିମ୍ବା ବ୍ଲକରେ କାର୍ଯ୍ୟ କରିପାରିବେନି କୌଣସି ଅଧିକାରୀ । କାର୍ଯକାଳକୁ ଶେଷ ଦୁଇ ବର୍ଷ ବାକିଥିବା ଅଧିକାରୀଙ୍କୁ ବଦଳି କରାଯାଇପାରିବ ନାହିଁ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚିଠିରେ ଉଲ୍ଲେଖ ରଖିଛି ।

ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି ଯେ, ଗତ ଅଗଷ୍ଟ ମାସ ୨୦ ତାରିଖରେ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଅଧିକାରୀଙ୍କ ବଦଳି ନେଇ ଏକ ମାର୍ଗଦର୍ଶିକା ଜାରି ହୋଇଥିଲା । ଏଥିରେ ଥିବା ନିର୍ଦ୍ଦେଶନାମା ଅନୁଯାୟୀ ବଦଳି କରାଯିବ । ତେବେ ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁମତି ନେଇ ବଦଳି କରାଯିବ ବୋଲି ଜଣାପଡିଛି ।

Leave a Reply

Your email address will not be published. Required fields are marked *