ନ୍ୟୁଜ ଡେକ୍ସ: ବୁଧବାରଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ। ଦିଲ୍ଲୀରେ ନିବେଶକ ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଦିଲ୍ଲୀରେ ନିବେଶକ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ରାଜ୍ୟକୁ କିପରି ଅଧିକ ନିବେଶ ଆସିବ ସେନେଇ ବିଭିନ୍ନ ନିବେଶକଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ।
ରାଜ୍ୟକୁ କିପରି ଅଧିକ ନିବେଶ ଆସିବ, ସେ ନେଇ ନିବେଶକଙ୍କ ସହ ଆଲୋଚନା କରିବେ। ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ଝାଡଖଣ୍ଡ ଗସ୍ତରେ ଅଛନ୍ତି । ଆଜି ତାଙ୍କର ଝାଡଖଣ୍ଡ ଗସ୍ତର ଦ୍ବିତୀୟ ଦିନ । ଆଜି ଚାଇଁବାସାର କୋଲହାନ୍ ଯାଇ ସେଠାରେ ଆୟୋଜିତ ବିଜେପିର ପରିବର୍ତ୍ତନ ଯାତ୍ରାରେ ଯୋଗ ଦେଇଦେବେ। ଏବଂ ଝାଡଖଣ୍ଡରେ ଥିବା ଓଡିଆଙ୍କୁ ସମ୍ବୋଧିତ କରିବେ।
ସୂଚନାଯୋଗ୍ୟ, ରବିବାର ଭୁବନେଶ୍ବର ବିମାନ ବନ୍ଦରରୁ ସ୍ବତନ୍ତ୍ର ବିମାନରେ ଯାଇଥିଲେ। ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯାଇଥିଲେ ମୁଖ୍ୟମନ୍ତ୍ରୀ।ଆଗକୁ ଝାଡଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ସେ ଭୁବନେଶ୍ୱର ବିମାନବନ୍ଦରରୁ ବାହାରି ରାଞ୍ଚି ଅଭିମୁଖେ ଯାଇଥିଲେ। ରାଞ୍ଚିରୁ ହେଲିକପ୍ଟର ଯୋଗେ ପଶ୍ଚିମ ସିଂହଭୂମରେ ପହଞ୍ଚିଥିଲେ।