Sat. Feb 21st, 2026

ନ୍ୟୁଜ ଡେକ୍ସ: ଆଜିଠାରୁ ଶିଶୁ ବାଟିକାରେ ଆରମ୍ଭ ହେବ ପାଠପଢ଼ା । ପିଲାମାନେ ଖଡ଼ି ଛୁଇଁ ଆରମ୍ଭ କରିବେ ପାଠପଢ଼ା । ପାରମ୍ପରିକ ରୀତିନୀତିରେ ପିଲାଙ୍କର ହେବ ବିଦ୍ୟାଳୟ ପ୍ରବେଶ ଉତ୍ସବ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରର ବଡ଼ଗଡ଼ ହାଇସ୍କୁଲରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ସାମିଲ ହେବେ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନବରଙ୍ଗପୁରରେ ଆୟୋଜିତ ଖଡ଼ିଛୁଆଁ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ଆଜି ଖଡ଼ିଛୁଆଁ ଦିବସ ଅବସରରେ ଭୁବନେଶ୍ବର ବଡ଼ଗଡ଼ ହାଇସ୍କୁଲରୁ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନବରଙ୍ଗପୁରରେ ଖଡ଼ିଛୁଆଁ କାର୍ଯ୍ୟକ୍ରମରେ ସାମିଲ ହେବେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।

ଓଡିଆ ପକ୍ଷ ପାଇଁ ଏଥର ୧୪ ଦିନରେ ୧୪ କାର୍ଯ୍ୟକ୍ରମ ରଖିଛନ୍ତି ସରକାର।ପାରମ୍ପରିକ ରୀତିନୀତିରେ ପିଲାଙ୍କର ବିଦ୍ୟାଳୟ ପ୍ରବେଶ ଉତ୍ସବ ହେବ। ପିଲାମାନେ ଖଡିଛୁଇଁ ପାଠପଢା ଆରମ୍ଭ କରିବେ। ଭୁବନେଶ୍ବରରେ ବରଗଡ଼ ହାଇସ୍କୁଲରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହୋଇ ଦିବସର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ।

Leave a Reply

Your email address will not be published. Required fields are marked *