Thu. Oct 23rd, 2025

ନ୍ୟୁଜ ଡେକ୍ସ: ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ଜେପି ନଡ୍ଡା । ଶୁକ୍ରବାର ଦିନ ୧ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ । ଏହାପରେ ସେଠାରୁ ସିଧା କଟକ ବାଲିଯାତ୍ରା ପଡିଆ ଯିବେ । ସେଠାରେ ଆୟୁଷ୍ମାନ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ କରିବେ । କାଲି ଅପରାହ୍ନ ୧ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ।

ସିଧା କଟକରେ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା କାର୍ଯ୍ୟକ୍ରମରେ ଯୋଗଦେବେ । ସେହିପରି ସିପେଟ୍ ଏବଂ ଭୁବନେଶ୍ଵର ଏମ୍ସକୁ ମଧ୍ୟ ଯିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ୧୨ ତାରିଖରେ ପୁରୀରେ ହେବାକୁ ଥିବା ବିଜେପି ପ୍ରଶିକ୍ଷଣ ଶିବିର ଉଦ୍ଘାଟନ କରିବା ସହ କର୍ମୀଙ୍କୁ ଗୁରୁମନ୍ତ୍ରୀ ଦେବେ। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏହି ସୂଚନା ଦେଇଛନ୍ତି। କାଲିଠୁ ରାଜ୍ୟରେ ଲାଗୁ ହେବାକୁ ଯାଉଛି ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟବୀମା । ଏଥିସହିତ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ସ୍ଵାସ୍ଥ୍ୟ ବୀମା ଯୋଜନା ମଧ୍ୟ ଆରମ୍ଭ ହେବ ।

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା ମିଳିତ ଭାବେ ଲାଗୁ ହେବ । ରାଜ୍ୟର ୧ କୋଟି ପରିବାରର ପ୍ରାୟ ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ଏହି ସ୍ବାସ୍ଥ୍ୟକାର୍ଡ । ଏହି କାର୍ଡ ଜରିଆରେ ଦେଶର ୨୭ ହଜାର ହସ୍ପିଟାଲରେ ସ୍ଵାସ୍ଥ୍ୟ ସେବା ପାଇପାରିବେ ରାଜ୍ୟବାସୀ । ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ ୬୭ ଲକ୍ଷ ପରିବାର ସାମିଲ ହେବାକୁ ଥିବାବେଳେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଅଧୀନରେ ବଳକା ୩୩ ଲକ୍ଷ ପରିବାର ସ୍ଵାସ୍ଥ୍ୟ ବୀମାରେ ସାମିଲ ହେବେ ।

Leave a Reply

Your email address will not be published. Required fields are marked *