Thu. Oct 23rd, 2025

ନ୍ୟୁଜ ଡେକ୍ସ: ଖୋର୍ଦ୍ଧାରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଏହାକୁ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡ଼ିଶା ସରକାରଙ୍କ ପକ୍ଷରୁ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇ ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି । ଆସନ୍ତା ଫେବୃଆରୀ ୧୫ ତାରିଖ ସୁଦ୍ଧା ପ୍ରତି ଗାଁରେ ସେହି ଅନୁସାରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରି ପଠାଇବାକୁ କୁହାଯାଇଛି ।

ଏଲ୍ଇଡି ଯୋଗେ ମୁଖ୍ୟ କାର୍ଯ୍ୟକ୍ରମର ସିଧା ପ୍ରସାରଣ ହେବ। ଜିଲ୍ଲାପାଳ ଓ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ । ୩୧୪ ବ୍ଲକ୍ରେ ମୁଖ୍ୟ କାର୍ଯ୍ୟକ୍ରମର ସିଧା ପ୍ରସାରଣ ହେବ । ଭିଡିଓ କନଫରେନ୍ସିଂ ଯୋଗେ ସବୁ ବ୍ଲକ୍କୁ କାର୍ଯ୍ୟକ୍ରମରେ ଯୋଡ଼ିବାକୁ ଓକାକ୍କୁ ଦାୟିତ୍ୱ ଦିଆଯାଇଛି । ନୂଆ ମାର୍ଗଦର୍ଶିକା ମୁତାବକ ଏହି ଟଙ୍କାକୁ ପ୍ରତି ପଞ୍ଚାୟତକୁ ଆବଣ୍ଟନ କରାଯିବ । ନୂଆ ବ୍ୟବସ୍ଥା ଅନୁସାରେ ପଛୁଆ ବା ଆଦିବାସୀ ବହୁଳ ଅଞ୍ଚଳକୁ ଏହି ଯୋଜନାରେ ସର୍ବାଧିକ ପ୍ରାଥମିକତା ଦିଆଯିବ ।

ମୋଟ ପାଣ୍ଠିର ୪୦ ପ୍ରତିଶତ କେବଳ ଇଣ୍ଟିଗ୍ରେଟେଡ୍ ଟ୍ରାଇବାଲ ଡେଭଲପମେଣ୍ଟ ଏଜେନ୍ସି ଅଧୀନରେ ଥିବା ବ୍ଲକ୍ ରେ ଖର୍ଚ୍ଚ ହେବ ।ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ, ସ୍ଥାନୀୟ ବିଧାୟକ ପ୍ରଶାନ୍ତ ଜଗଦେବ, ଏକାମ୍ର ବିଧାୟକ ବାବୁ ସିଂହ ଓ ଜିଲ୍ଲାପାଳ ଚଞ୍ଚଲ ରାଣା ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *