Thu. Oct 23rd, 2025

ନ୍ୟୁଜ ଡେକ୍ସ: ବଢ଼ିଲା ଶ୍ରମିକଙ୍କ ସର୍ବନିମ୍ନ ଦୈନିକ ମଜୁରି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶ୍ରମିକମାନଙ୍କ ପାଇଁ ସର୍ବନିମ୍ନ ଦୈନିକ ମଜୁରିରେ ୧୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି।

ଏହି ନିଷ୍ପତ୍ତି ଅନୁଯାୟୀ ଅଣକୁଶଳୀ ଶ୍ରମିକମାନଙ୍କର ସର୍ବନିମ୍ନ ଦୈନିକ ମଜୁରୀ ୪୫୨ ଟଙ୍କାରୁ ୪୬୨ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ଅର୍ଦ୍ଧକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୫୦୨ ଟଙ୍କାରୁ ୫୧୨ ଟଙ୍କା ।

କୁଶଳୀ ଶ୍ରମିକ ମାନଙ୍କ ଦୈନିକ ମଜୁରୀ ୫୫୨ ଟଙ୍କାରୁ ୫୬୨ ଟଙ୍କା ଏବଂ ଉଚ୍ଚ-କୁଶଳୀ ଶ୍ରମିକ ମାନଙ୍କର ସର୍ବନିମ୍ନ ଦୈନିକ ମଜୁରୀ ୬୦୨ ଟଙ୍କାରୁ ୬୧୨ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ମଜୁରୀ ପିଛିଲା ଭାବେ ଏପ୍ରିଲ ପହିଲାରୁ ଲାଗୁ ହେବ ।

Leave a Reply

Your email address will not be published. Required fields are marked *