ନ୍ୟୁଜ ଡେକ୍ସ : ଆସନ୍ତାକାଲି ଶ୍ରୀବିଗ୍ରହଙ୍କ ହେବ ବନକଲାଗି। ଦ୍ୱିତୀୟ ଭୋଗମଣ୍ଡପରେ ଭୋଗ ଶେଷ ପରେ ହେବ ଗୁପ୍ତନୀତି। ଗୁପ୍ତନୀତି ପାଇଁ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ। ଅପରାହ୍ଣ ୫ଟାରୁ ରାତି ୧୦ ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ।
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି।ଏହା ଏକ ଗୁପ୍ତ ନୀତି ହୋଇଥିବାରୁ, ଏହି ନୀତି ସମ୍ପାଦନ ବେଳେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିଥାଏ । ବନକଲାଗି ନୀତିରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ପରମ୍ପରା ଅନୁଯାୟୀ ଦୁଇପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ଆରମ୍ଭ କରାଯିବାର ପରମ୍ପରା ରହିଛି ।
ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ଶୃଙ୍ଗାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରର ସମସ୍ତ ଚାରି ଦ୍ବାର ସମ୍ପୂର୍ଣ୍ଣ ବନ୍ଦ ରହେ ।
