ନ୍ୟୁଜ ଡେକ୍ସ: ଶ୍ରୀମନ୍ଦିରରେ ବିଶୃଙ୍ଖଳା ପାଇଁ ଦୁଇଜଣ ସେବକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି। ସେମାନେ ହେଲେ ମୁଖ ପଖାଳ ସେବକ ମଦନ ମୋହନ ଖୁଣ୍ଟିଆ ଏବଂ ବିଶ୍ବନାଥ ଖୁଣ୍ଟିଆ। ଶ୍ରୀମନ୍ଦିର ଆଇନ୍ ୨୧-କ ଧାରା ଅନୁସାରେ ଉଭୟଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନଯିବ, ସେନେଇ ସନ୍ତୋଷଜନକ କୈଫିୟତ ରଖିବାକୁ ୭ ଦିନର ସମୟ ଦିଆଯାଇଛି।
୭ ଦିନ ମଧ୍ୟରେ ସନ୍ତୋଷ ଜନକ ଉତ୍ତର ରଖିବାକୁ ନୋଟିସରେ କୁହାଯାଇଛି। ଶ୍ରୀମନ୍ଦିର କମାଣ୍ଡରଙ୍କ ଜରିଆରେ ଏହି କେଫିୟତ ଦାଖଲ କରିବାକୁ ନୋଟିସ ହୋଇଛି। ଧାର୍ଯ୍ୟ ସମୟ ଭିତରେ ଉତ୍ତର ନଦେଲେ କାର୍ଯ୍ଯାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ପଷ୍ଟ କରାଯାଇଛି ।
ଗତ ୧୬ ତାରିଖରେ ମୁକ୍ତିମଣ୍ଡପ ସାମ୍ନାରେ ଅବକାଶ ପାଦୁକା ବଣ୍ଟନକୁ ନେଇ ଉଭୟ ସେବକ ପରସ୍ପରକୁ ଗାଳିଗୁଳଜ କରିବା ସହ ମାରପିଟ୍ କରିଥିଲେ।ଏହି ଘଟଣାକୁ ଯୋଗୁଁ ଶ୍ରୀମନ୍ଦିର ପରିସରରେ ଉପସ୍ଥିତ ଥିବା ଭକ୍ତଙ୍କ ମାନେ ଶୃଙ୍ଖଳା ନେଇ ସନ୍ଦେହ ପ୍ରକାଶ କରିଥିଲେ । ସେହିପରି ଶ୍ରୀମନ୍ଦିର ଗରିମା ଓ ମର୍ଯ୍ୟାଦା ମଧ୍ୟ କ୍ଷୁର୍ଣ୍ଣ ହୋଇଥିଲା । ତେଣୁ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନଯିବ ସେନେଇ ସନ୍ତୋଷଜନକ କୈଫିୟତ ଦାଖଲ କରିବାକୁ ନୋଟିସରେ କୁହାଯାଇଅଛି ।