ନ୍ୟୁଜ ଡେକ୍ସ: ଆଜି (ଗୁରୁବାର) ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ। ଆଜି ମାର୍ଗଶୀର ଶୁକ୍ଳ ଦ୍ୱାଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।
ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ୪ ଘଣ୍ଟା ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ରହିଛି ।
ଏହି ନୀତି ଦତ୍ତ ମହାପାତ୍ର ସେବକମାନେ ସମ୍ପାଦନା କରିଥାନ୍ତି । ହେଙ୍ଗୁଳ, ହରତାଳ, କସ୍ତୁରୀ, କେଶର ଆଦି ଦ୍ରବ୍ୟରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ । ଏହି ନୀତି ସମ୍ପାଦନା ପରେ ଠାକୁରଙ୍କ ମହାସ୍ନାନ ନୀତି ସମ୍ପନ୍ନ ହେବ । ପରେ ଶ୍ରଦ୍ଧାଳୁମାନେ ରତ୍ନସିଂହାସନ ଉପରେ ବିରାଜମାନ ଶ୍ରୀଜିଉଙ୍କୁ ଦର୍ଶନ କରିବାର ସୁଯୋଗ ଲାଭ କରିପାରିବେ।