ନ୍ୟୁଜ ଡେକ୍ସ: ଷଷ୍ଠ ଅର୍ଥ କମିଶନ ଗଠନ କଲେ ରାଜ୍ୟ ସରକାର । କମିଶନର ଅଧ୍ୟକ୍ଷ ଭାବେ ଅବସରପ୍ରାପ୍ତ ଆଇଏଏସ ଅରୁଣ ପଣ୍ଡାଙ୍କୁ ନିଯୁକ୍ତି ଦିଆଯାଇଛି। ସେହିପରି ସଦସ୍ୟ ଭାବେ ଏକ୍ସଆଇଏମବି ପ୍ରଫେସର ଅସିତ୍ ରଞ୍ଜନ ମହାନ୍ତି, ପୁଡୁଚେରୀ ବିଶ୍ୱବିଦ୍ୟାଳୟର ଅର୍ଥନୀତି ଅଧ୍ୟାପକ ପ୍ରଫେସର ଅମରେଶ ସାମନ୍ତରାୟ, ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସ(ଟିଆଇଏସଏସ)ର ଡଃ ବିଭୂପ୍ରସାଦ ନାୟକ ଏବଂ ସଦସ୍ୟ ସଚିବ ଭାବେ ଅର୍ଥ ବିଭାଗର ଅତିରିକ୍ତ ସଚିବ ଡଃ ସତ୍ୟପ୍ରିୟ ରଥଙ୍କୁ ସାମିଲ କରାଯାଇଛି ।
ଆୟୋଗଙ୍କ କାର୍ଯ୍ୟକାଳ ବିଜ୍ଞପ୍ତି ପ୍ରକାଶ ପାଇବା ଦିନଠୁ ଅର୍ଥାତ୍ ଆଜିଠୁ ୬ମାସ କାର୍ଯ୍ୟ କରିବେ । ଶ୍ରୀ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଗଠିତ ଆୟୋଗ ୨୦୨୬ ଏପ୍ରିଲ ପହିଲାରୁ ପରବର୍ତ୍ତୀ ୫ ବର୍ଷ ପାଇଁ ରାଜ୍ୟର ଆର୍ଥିକ ରିପୋର୍ଟ ପ୍ରସ୍ତୁତ କରି ସରକାରଙ୍କୁ ସୁପାରିଶ କରିବେ । ସଦସ୍ୟ ସଚିବଙ୍କ ବ୍ୟତୀତ ଅଧ୍ୟକ୍ଷ ଓ ଅନ୍ୟ ସଦସ୍ୟମାନେ ଆୟୋଗରେ ପୂର୍ଣ୍ଣକାଳୀନ ଅବା ପାର୍ଟଟାଇମ୍ ସେବା ପ୍ରଦାନ କରିପାରିବେ ।
ଏଥିରେ ଜାଭିଅର ଇନଷ୍ଟିଚ୍ୟୁଟ ଅଫ ମ୍ୟାନେଜମେଣ୍ଟ ଭୁବନେଶ୍ୱରର ପ୍ରଫେସର ଅସିତ ରଞ୍ଜନ ମହାନ୍ତି, ପଣ୍ଡିଚେରୀ ବିଶ୍ବବିଦ୍ୟାଳୟର ପ୍ରଫେସର ଅମରେଶ ସାମନ୍ତରାୟ ଓ ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସର ପ୍ରଫେସର ଡ.ବିଭୂପ୍ରସାଦ ନାୟକ ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି।କମିଶନର ସଦସ୍ୟ ସଚିବ ଭାବେ ଅର୍ଥ ବିଭାଗ ଅତିରିକ୍ତ ସଚିବ ସତ୍ୟପ୍ରିୟ ରଥ କାର୍ଯ୍ୟ କରିବେ।
