Sat. Apr 18th, 2026

ନ୍ୟୁଜ ଡେସ୍କ: ବାତ୍ୟା ‘ଦାନା’ ଗତକାଲିଠୁ ୪୦ ବିମାନ ସେବାକୁ ବାତିଲ କରାଯାଇଥିବା ବେଳେ ଆଜି ତାହା ସ୍ୱାଭାବିକ ହୋଇଛି। ଗତକାଲି ମଧ୍ୟ ରାତ୍ରିରେ ବାତ୍ୟା ‘ଦାନା’ ଭିତରକନିକା ହବାଳିଖଟି ନେଚରକ୍ୟାମ୍ପ ନିକଟରେ ଅତିକ୍ରମ କଲା ସ୍ଥଳଭାଗ।

ଏହାପରେ ଆଜି ସକାଳ ୮ଟାରୁ ଭୁବନେଶ୍ୱରରେ ବିମାନସେବା ସ୍ୱାଭାବିକ ହେବ । ଭୁବନେଶ୍ୱର ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏହି ସୂଚନା ଜାରି କରାଯାଇଛି। ବାତ୍ୟା ପାଇଁ କାଲି ସନ୍ଧ୍ୟା ୫ଟାରୁ ଉଡ଼ାଣ ବାତିଲ ହୋଇଥିଲା । ଗତକଲି ମଧ୍ୟ ରାତ୍ରରେ ଭିତରକନିକା ହବାଳିଖଟି ନେଚରକ୍ୟାମ୍ପ ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି ‘ଦାନା’।

ରାତି ପ୍ରାୟ ସାଢ଼େ ଗୋଟାଏରୁ ସାଢ଼େ ୩ଟା ମଧ୍ୟରେ ବାତ୍ୟା ‘ଦାନା’ ହବାଳିଖଟି ନେଚରକ୍ୟାମ୍ପ ନିକଟରେ ଅତିକ୍ରମ କରିଥିଲା ସ୍ଥଳଭାଗ। ଏହାର ପ୍ରଭାବରେ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ବେଗରେ ବହିଥିଲା ପବନ।

Leave a Reply

Your email address will not be published. Required fields are marked *