ନ୍ୟୁଜ ଡେକ୍ସ : ବିଧାନସଭାରେ ଦୁଇ ରାଜା ମୁହାଁମୁହିଁ ହୋଇଛନ୍ତି। ଜଣେ ହେଲେ କନକବର୍ଦ୍ଧନ ସିଂହଦେଓ ଓ ଆରଜଣକ ହେଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓରଫ ରାଜା। ବିଧାନସଭାରେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରଶ୍ନ କରିଥିଲେଯେ, ଯେଉଁ ସରକାର ସାର ଯୋଗାଇ ପାରିଲେନି ସେ ସରକାର ଶୀତଳ ଭଣ୍ଡାର କେମିତି କରିବେ? ଏହାର ଉତ୍ତରରେ କୃଷି ମନ୍ତ୍ରୀ କେଭି ସିଂଦେଓ କହିଛନ୍ତିଯେ, ନିଜେ କୃଷି ମନ୍ତ୍ରୀ ଥିବା ବେଳେ ତ ଶୀତଳ ଭଣ୍ଡାର କଲେ ନାହିଁ।
ଆମ ସରକାର କରିବାକୁ ଚେଷ୍ଟା କଲା ବେଳେ ପ୍ରଶ୍ନ କରୁଛନ୍ତି ।ଆମ ସରକାର ୨ ଲକ୍ଷ ମେଟ୍ରିକ ଟନରୁ ଅଧିକ ସାର ଚାଷୀଙ୍କୁ ଯୋଗାଇ ଦେଇଛନ୍ତି। ହେଲେ କୃତ୍ରିମ ଆନ୍ଦୋଳନ ସୃଷ୍ଟି କରାଯାଇଛି। ସାର ଆନ୍ଦୋଳନ ଯେଉଁଠି ହେଉଛି, କେତେ ବିଧାୟକ ଯାଇକି ସମୀକ୍ଷା କରିଛନ୍ତି।
ଆପଣଙ୍କ ସମୟରେ ଶୀତଳ ଭଣ୍ଡାର କଲେ ନାହିଁ. ଆମେ କରିକି ଦେଖାଇବୁ।ସବୁ ସବଡ଼ିଭିଜନରେ ଶୀତଳ ଭଣ୍ଡାର କରିବୁ।ସାର ଆନ୍ଦୋଳନ ଯେଉଁଠି ହେଉଛି, କେତେ ବିଧାୟକ ଯାଇକି ସମୀକ୍ଷା କରିଛନ୍ତି । ଆପଣଙ୍କ ସମୟରେ ଶୀତଳ ଭଣ୍ଡାର କଲେ ନାହିଁ, ଆମେ କରିକି ଦେଖାଇବୁ।

