ନ୍ୟୁଜ ଡେକ୍ସ : ଆଜି ରାଜ୍ୟ କ୍ୟାବିନେଟର ୨୭ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ବୈଠକରେ ମୁଖ୍ୟ ଶାସନ ସଚିବ, ବିଭାଗୀୟ ମନ୍ତ୍ରୀ ଓ ସଚିବମାନେ ଉପସ୍ଥିତ ଥିଲେ । ବୈଠକ ପରେ ମାନ୍ୟବର ମୁଖ୍ୟମନ୍ତ୍ରୀ କ୍ୟାବିନେଟ୍ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ବିଷୟରେ ଗଣମାଧ୍ୟମକୁ ସୂଚନା ଦେଲେ ।
ସୂଚନା ଅନୁସାରେ, ୩ଟି ବିଭାଗର ୪ଟି ପ୍ରସ୍ତାବକୁ କ୍ୟାବିନେଟ୍ର ସ୍ୱୀକୃତି ମିଳିଛି । ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬ର ସଂଶୋଧନ ପାରିତ ହୋଇଛି। କାରଖାନା ୧୯୪୮ର ସଂଶୋଧନ ଆଇନ ମଧ୍ୟ ହେଲା ପାରିତ ହୋଇଛି। ଦୈନିକ କାର୍ଯ୍ୟ ନିର୍ଘଣ୍ଟ ୯ ଘଣ୍ଟାରୁ ୧୦ ଘଣ୍ଟାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି।ସେହିପରି ସପ୍ତାହକରେ ୪୮ ଘଣ୍ଟାରୁ ଅଧିକ କାମ କଲେ ଓଭରଟାଇମ୍ ମିଳିବ। ମହିଳା କର୍ମଚାରୀ ଚାହିଁଲେ ସମ୍ମତି ପତ୍ର ଦେଇ ରାତିରେ କାର୍ଯ୍ୟ କରିପାରିବେ। ମହିଳା କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ସୁରକ୍ଷା ବ୍ୟବସ୍ଥା କରିବେ।
ଏହା ସହ ଗଣଶିକ୍ଷା ବିଭାଗର ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାକୁ ମଞ୍ଜୁରୀ ମିଳିଛି। ଘଟଗାଁ ତାରିଣୀ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ୨୨୬ କୋଟି ମଞ୍ଜୁର ହୋଇଛି। ୫୯ ଏକର ଜମିକୁ ନେଇ ପାରିପାର୍ଶ୍ବିକ ବିକାଶ ପାଇଁ DPR ପ୍ରସ୍ତୁତ ହେବ।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ସମସ୍ତ ନିଷ୍ପତ୍ତି ରାଜ୍ୟର କାର୍ଯ୍ୟକ୍ଷେତ୍ର, ଶିକ୍ଷା, ଓ ସଂସ୍କୃତିକ ପର୍ଯ୍ୟଟନରେ ସକାରାତ୍ମକ ପରିବର୍ତ୍ତନ ଆଣିବ ।
