ନ୍ୟୁଜ ଡେକ୍ସ: ମାର୍ଚ୍ଚ ସୁଦ୍ଧା ଶେଷ ହୋଇପାରିବ ନାହିଁ ରତ୍ନଭଣ୍ଡାର ଗଣତିମଣତି । ମରାମତି ପାଇଁ ଆହୁରି ମାସେ ଦୁଇମାସେ ସମୟ ଲାଗିବ । ଏଥିପାଇଁ ଗଣତିମଣତି କାର୍ଯ୍ୟ ବିଳମ୍ବ ହେବ । ଏନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ।
ଏଏସଆଇକୁ ମନ୍ଦିର ପ୍ରଶାସନ ମରାମତି ପାଇଁ ସମୟ ଦେଉନଥିବା ଅଭିଯୋଗ ନେଇ ଆଇନ ମନ୍ତ୍ରୀ କହିଛନ୍ତି ଯେ, ମହାପ୍ରଭୁଙ୍କ ରୀତିନୀତି ସହିତ ମରାମତି ଚାଲୁଛି। ରୀତିନୀତିରୁ ଚାରିରୁ ପାଞ୍ଚ ଘଣ୍ଟା କଢ଼ାଯାଇ ମରାମତି ପାଇଁ ସମୟ ଦିଆଯାଉଛି। ପ୍ରଶାସନ ସମୟ ଦେଉନାହିଁ ଭୁଲ କଥା, ଏଏସଆଇର ସହମତିରେ କାମ ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି। ଏଥିସହିତ ମନ୍ଦିର ପ୍ରଶାସନ ଏଏସଆଇକୁ, ମରାମତି ପାଇଁ ସମୟ ଦେଉନଥିବାରୁ, ଏତେ ବିଳମ୍ବ ହେଉଥିବା ଅଭିଯୋଗ ଉପରେ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି ମନ୍ତ୍ରୀ ।
ମନ୍ତ୍ରୀ କହିଛନ୍ତି, ଏହା ଭୁଲ୍ କଥା । ମହାପ୍ରଭୁ ରୀତିନୀତି ସହିତ ମରାମତି ଚାଲୁଛି, ରୀତିନୀତି କାର୍ଯ୍ୟରୁ ଚାରିରୁ ପାଞ୍ଚ ଘଣ୍ଟା କଢ଼ାଯାଇ ମରାମତି ପାଇଁ ସମୟ ଦିଆଯାଉଛି । ପ୍ରଶାସନ ସମୟ ଦେଉନାହିଁ ଭୁଲ କଥା, ଏଏସଆଇର ସହମତିରେ କାମ ଚାଲିଛି ।
