Thu. Apr 16th, 2026

ନ୍ୟୁଜ ଡେକ୍ସ: ଶେଷ ହୋଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି କ୍ୟାବିନେଟ୍ ବୈଠକରେ ୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସକାଳ ୧୦ଟାରେ କ୍ୟାବିନେଟ୍ ବୈଠକ ବସିଥିଲା ।

ସେପଟେ ଆନ୍ତଃ ମନ୍ତ୍ରୀ ପରିଷଦ ବୈଠକ ଜାରି ରହିଛି । ସାଢ଼େ ୧୧ଟାରେ ମନ୍ତ୍ରୀ ପରିଷଦ ବୈଠକ ବସିଥିଲା । ସୂଚନା ଅନୁଯାୟୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକ ଆଜି ହୋଇଥିଲା।ବୈଠକରେ ଆଲୋଚନା ହୋଇଥିବା ପ୍ରସ୍ତାବ ମଧ୍ୟରୁ ସାତଟିକୁ କ୍ୟାବିନେଟ୍ ଅନୁମୋଦନ କରିଛି। ବୈଠକରେ ନିଆଯାଇଥିବା ନିଷ୍ପତ୍ତିର ବିବରଣୀ ସରକାର ଖୁବ୍ ଶୀଘ୍ର ପ୍ରଦାନ କରିବେ ବୋଲି ଜଣାପଡିଛି।

ତେବେ ରାଜ୍ୟ କ୍ୟାବିନେଟ୍ ବୈଠକ ପରେ ମନ୍ତ୍ରୀ ପରିଷଦର ଏକ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ୨୦୩୬ ଉପରେ ଏକ ବିସ୍ତୃତ ରିପୋର୍ଟ ଉପସ୍ଥାପିତ ହୋଇଥିବା ଜଣାପଡ଼ିଛି।

Leave a Reply

Your email address will not be published. Required fields are marked *