Thu. Oct 23rd, 2025
Screenshot

ନ୍ୟୁଜ ଡେକ୍ସ: ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ୍ ଶୁକ୍ରବାର ଦୁଇ ଦିନିଆ ଓଡିଶା ଗ୍ରସ୍ତରେ ଆସିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନିଜର ବକ୍ତବ୍ୟ ରଖିଛନ୍ତି । ବିମାନ ବନ୍ଦରରେ ଆମେ ରାଜ୍ୟ ସରକାରଙ୍କ ପକ୍ଷରୁ ତାଙ୍କର ଭବ୍ୟ ସ୍ୱାଗତ କରିଛନ୍ତି ବୋଲି ସେ କହିଛନ୍ତି ।

ଏହି ଦୁଇ ଦିନ ମଧ୍ୟରେ ସିଙ୍ଗାପୁର ରାଷ୍ଟ୍ରପତି ଭୁବନେଶ୍ୱରର ୱାର୍ଲ୍ଡ ସ୍କିଲ୍ ସେଣ୍ଟର ପରିଦର୍ଶନ କରିବା ସହିତ ବିଶ୍ୱ ପ୍ରସିଦ୍ଧ କୋଣାର୍କ ମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତ ଯେ, ମୋ ସହିତ, ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟଗଣ ଏବଂ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ତାଙ୍କ ସହିତ ବିଭିନ୍ନ କ୍ଷେତ୍ରରେ ସମ୍ପର୍କ ସୁଦୃଢ କରିବା ପାଇଁ ଆଲୋଚନା କରିବେ । ବିଶେଷ କରି ସହରାଞ୍ଚଳ ଯୋଜନା, ବନ୍ଦର ପରିଚାଳନା, ଲଜିଷ୍ଟିକ୍‍ସ, ସବୁଜ ଶକ୍ତି ଓ ଦକ୍ଷତା ବିକାଶ କାର୍ଯ୍ୟକ୍ରମରେ ଅଧିକ ସହଯୋଗର ସମ୍ଭାବନା ରହିଛି ।

ସିଙ୍ଗାପୁର ସରକାରଙ୍କ ସହିତ ଓଡିଶା ସରକାରଙ୍କ ଅନେକ ଗୁ଼ଡିଏ ଏମଓୟୁ ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି । ଏହା ଦ୍ୱାରା ଓଡିଶାରେ ପୁଞ୍ଜି ନିବେଶ ହେବ । ଆମର ସମୃଦ୍ଧ ଓଡିଶା ଗଠନ ପାଇଁ ଲକ୍ଷ୍ୟ ରହିଛି । ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମରେ ମଧ୍ୟ ବିପୁଳ ପୁଞ୍ଜି ନିବେଶ ଆସିବ । ସିଙ୍ଗାପୁର ସହିତ ଆମର ସମ୍ପର୍କ ବଢିଲେ, ଏହା ମାଧ୍ୟମରେ ଓଡିଶା ଉପକୃତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Screenshot

Leave a Reply

Your email address will not be published. Required fields are marked *