Tue. Dec 24th, 2024

ନ୍ୟୁଜ ଡେକ୍ସ: ସୃଷ୍ଟି ହେଲା ଲଘୁଚାପ । ଆଣ୍ଡାମାନ ସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହା ପଶ୍ଚିମ-ଉତ୍ତର ପଶ୍ଚିମକୁ ଗତି କରିବ । ଏହି ଲଘୁଚାପ କ୍ଷେତ୍ରଟି ଅଧିକ ଘନୀଭୂତ ହୋଇ କାଲି ଅବପାତର ରୂପ ନେବ ।

ତେବେ ୨୩ରେ ବାତ୍ୟା ସୃଷ୍ଟି ହୋଇପାରେ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏହି ସମ୍ଭାବ୍ୟ ବାତ୍ୟା ନାଁ ‘ଦାନା’ ରଖାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ୨୩, ୨୪, ୨୫ ତାରିଖ ୩ ଦିନ ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି ଜିଲ୍ଲାରେ ୨୦ରୁ ୩୦ ସେମି ବର୍ଷା ହେବାର ସମ୍ଭାବନା ରହିଛି।

ଗୋଟିଏ ଦୁଇଟି ସ୍ଥାନରେ ୩୦ସେମିରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ଓ ଏଥିସହ ସମୁଦ୍ରରେ ଥିବା ମତ୍ସ୍ୟଜୀବୀଙ୍କୁ ଫେରିଆସିବାକୁ ଚେତାବନୀ ଜାରି ଜାରି ଯାଇଛି। ଆଜି ସକାଳେ ପାରାଦୀପ, ଗୋପାଳ ଓ ବାଲେଶ୍ୱର ଉପକୂଳକୁ କିଛି ମତ୍ସ୍ୟଜୀବୀ ଫେରି ଆସିଥିବା ଜଣାଯାଇଛି।

Leave a Reply

Your email address will not be published. Required fields are marked *