Thu. Oct 23rd, 2025

ନ୍ୟୁଜ ଡେକ୍ସ: କେନ୍ଦ୍ରାପଡା ତିନିମୁହାଣି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ମହିଳାଙ୍କ ଉପରେ ମାଡ଼ିଗଲା ହାଇୱା । ଘଟଣା ସ୍ଥଳରେ ଚାଲିଗଲା ମହିଳାଙ୍କ ଜୀବନ । ମୃତ ମହିଳା ଜଣକ ଶ୍ରଦ୍ଧାଞ୍ଜଳି ପୃଷ୍ଟି ଏବଂ ତାଙ୍କ ଘର ଟାଉନ ଥାନା ଅନ୍ତର୍ଗତ ବଣିଆ ମାଳ ବୋଲି ଜଣାପଡିଛି ।

ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଉତ୍ତେଜନା ଦେଖାଦେଇଛି । ସୂଚନାନୁସାରେ, ସ୍କୁଟିରେ ମାଆ, ପୁଅ ଓ ସ୍ୱାମୀ ଯାଉଥିବା ବେଳେ ହାଇୱାଟି ସ୍କୁଟିକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ମହିଳାଙ୍କ ସ୍ୱାମୀ ଓ ପୁଅ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ହୋଇଥିଲା ।

ତେବେ ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି । ସ୍ଥାନୀୟ ଲୋକଙ୍କ ପକ୍ଷରୁ କ୍ଷତିପୂରଣ ଏବଂ କାର୍ଯ୍ୟାନୁଷ୍ଠାନ ଦାବିରେ ରାସ୍ତା ରୋକ କରିଛନ୍ତି । ସ୍ଥାନୀୟ ପୋଲିସ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ।

Leave a Reply

Your email address will not be published. Required fields are marked *