Thu. Oct 23rd, 2025

ନ୍ୟୁଜ ଡେକ୍ସ: କେବଳ ଯାଜପୁର ନୁହେଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବ୍ୟାପିବାରେ ଲାଗିଛି ହଇଜା । ଢେଙ୍କାନାଳରୁ ଭୁବନେଶ୍ବର ପର୍ଯ୍ୟନ୍ତ ବ୍ୟାପିଛି ହଇଜା । ଏଥିରେ ଲୋକଙ୍କ ପ୍ରାଣହାନୀ ବି ଘଟିଛି। ଡାଇରିଆକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବେଗ ପ୍ରକାଶ କରିବା ସହ ପରୋକ୍ଷରେ ରାଜ୍ୟ ସରକାରଙ୍କ ସମାଲୋଚନା କରିଛନ୍ତି।

ନବୀନ ତାଙ୍କ ‘ଏକ୍ସ’ ହ୍ୟାଣ୍ଡଲରେ ଏକ ପୋଷ୍ଟ କରି ଲେଖିଛନ୍ତି ଯେ, ”ହଇଜା ଲୋକଙ୍କ ଜୀବନକୁ ସଙ୍କଟରେ ପକାଇଲାଣି। ଦୀର୍ଘ ବର୍ଷ ଧରି ଯାହା ଦେଖିବାକୁ ମିଳିନଥିଲା ତାହା ଏବେ ବିଭିନ୍ନ ଜିଲ୍ଲାର ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ପୁରୀ, କଟକ ଓ କେନ୍ଦୁଝର ଆଦି ଜିଲ୍ଲାରେ ହଇଜା ଭୟଙ୍କର ରୂପ ନେଉଥିବା ବେଳେ ଅନ୍ୟ ଜିଲ୍ଲାକୁ ମଧ୍ୟ ଏହା ବ୍ୟାପିବାକୁ ଲାଗିଲାଣି । ଲୋକଙ୍କ ଜୀବନକୁ ଆଉ ବିପଦକୁ ନ ଠେଲି ସରକାର ସଜାଗ ହୁଅନ୍ତୁ, ହଇଜାର ବ୍ୟାପକତାକୁ ରୋକିବା ପାଇଁ ତୁରନ୍ତ ଦୃଢ଼ ପଦକ୍ଷେପ ଗ୍ରହଣ କରନ୍ତୁ” ।

ଅନ୍ୟପଟେ, ପ୍ରମୁଖ ଶାସନ ସଚିବ ଉଷା ପାଢୀ ସମ୍ବେଦନଶୀଳ ସହରାଞ୍ଚଳ ପ୍ରତି ବିଶେଷ ଧ୍ୟାନ ଦେଇ ସମସ୍ତ ଜଳ ଉତ୍ସଗୁଡ଼ିକର ପରିମଳ ଏବଂ ନିରାପତ୍ତା ସୁନିଶ୍ଚିତ କରିବା ପାଇଁ ସତର୍କତା ଏବଂ ରିଅଲ୍ ଟାଇମ୍ ମନିଟରିଂ ବୃଦ୍ଧି କରିବାକୁ ପରାମର୍ଶ ଦେଇଛନ୍ତି । ଜିଲ୍ଲା ଦାୟିତ୍ୱରେ ଥିବା ବରିଷ୍ଠ ଅଧିକାରୀମାନଙ୍କୁ ବାସ୍ତବ ସ୍ଥିତି ସହ ନିବିଡ଼ ଭାବେ ଜଡିତ ରହିବାକୁ ଏବଂ ମାସ୍ ରିପୋର୍ଟର କୌଣସି କ୍ଲଷ୍ଟର କିମ୍ବା ଢାଞ୍ଚାକୁ ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *