ନ୍ୟୁଜ ଡେକ୍ସ : ଆସନ୍ତା 19ରୁ ଆରମ୍ଭ ହେବ ହବିଷିଆଳି ପଞ୍ଜୀକରଣ ପକ୍ରିୟା । ଅନଲାଇନ ମାଧ୍ୟମରେ ନାମ ପଞ୍ଜୀକରଣ କରିପାରିବେ ଶ୍ରଦ୍ଧାଳୁ । https/edistrict.odisha.gov.in କୁ ଯାଇ ଶ୍ରଦ୍ଧାଳୁମାନେ ନାମ ପଞ୍ଜୀକରଣ କରିପାରିବେ । ଚଳିତ ବର୍ଷ ପ୍ରାୟ ଅଢେଇ ହଜାର ହବିଷିଆଳିଙ୍କ ପାଇଁ ବ୍ୟବସ୍ଥା ରହିଛି। ଗତଥର ଭଳି ଚଳିତବର୍ଷ ମଧ୍ୟ ବୃନ୍ଦାବତୀ ଭବନ ସହ ଆଉ 3ଟି କୋଠାରେ ରହିବେ ହବିଷ୍ୟାଳୀ ।
ଅକ୍ଟୋବର ୭ରୁ ଆରମ୍ଭ ହେବ କାର୍ତ୍ତୀକ ବ୍ରତ। ଆଉ ଗତଥର ଭଳି ଚଳିତବର୍ଷ ମଧ୍ୟ ବୃନ୍ଦାବତୀ ଭବନ ସହ ଆଉ ତିନଟି କୋଠାରେ ରହିବେ ହବିଷ୍ୟାଳୀ। ତେବେ ଏଥର ଆବେଦନ ପ୍ରକ୍ରିୟା ସମ୍ପୂର୍ଣ୍ଣ ଅନଲାଇନ ମାଧ୍ୟମରେ କରାଯିବ । କେଉଁଠି ରହିବେ ଓ ଆଇଡି କାର୍ଡ ଆଦିର ସମସ୍ତ ତଥ୍ୟ ଅନଲାଇନ ମାଧ୍ୟମରେ ହେବାକୁ ଯୋଜନା କରିଛନ୍ତି ପୁରୀ ଜିଲ୍ଲାପାଳ । ୧୯ ତାରିଖ ପୂର୍ବାହ୍ନ ୧୦ଟା ଠାରୁ ଆବେଦନ ଆରମ୍ଭ ହେବ । ୭୦ ବର୍ଷ ବୟସ ପର୍ଯ୍ୟନ୍ତ ବିଧବା ମହିଳା ଓ ୫୦ ରୁ ୭୦ ବର୍ଷ ପର୍ଯ୍ୟନ୍ତ ବିବାହିତ ମହିଳାମାନେ ଆବେଦନ କରିପାରିବେ ।
ଶାରୀରିକ ମାନସିକ ଭାବରେ ସୁସ୍ଥ ଥିବା ସହ ନୂଆ ଆବେଦନକାରୀ ହୋଇଥିଲେ ଦିଆଯିବ ପ୍ରାଧାନ୍ୟ । କେବଳ ଅନଲାଇନରେ ପଞ୍ଜିକୃତ ହୋଇଥିବା ମା ମାନେ ହିଁ ହାବିଷ୍ୟାଳି ଶିବିରରେ ଅନୁମତି ପାଇବେ । ପ୍ରତିବର୍ଷ ଭଳି ରହଣି, ଜଗନ୍ନାଥ ଦର୍ଶନ, ପ୍ରସାଦ ସେବନ ବ୍ୟବସ୍ଥା କରିବେ ସରକାର। ଏକମାସ ଧରି ସେମାନଙ୍କୁ ନିଶୁଳ୍କ ମହାପ୍ରସାଦ ଯୋଗାଇ ଦିଆଯିବ।
