Fri. Oct 24th, 2025

ନ୍ୟୁଜ ଡେକ୍ସ: ହାଇକୋର୍ଟର ନୂଆ ବିଚାରପତି ଭାବେ ଆଜିଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି, ଜଷ୍ଟିସ ଦୀକ୍ଷିତ କ୍ରୀଷ୍ଣା ଶ୍ରୀପଦ । କର୍ଣ୍ଣାଟକ ହାଇକୋର୍ଟରୁ ବଦଳି ହୋଇ ଆସିଥବା ଜଷ୍ଟିସ ଶ୍ରୀପଦ, ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି ।

ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ନବ ନିଯୁକ୍ତ ବିଚାରପତି ଜଷ୍ଟିସ ଶ୍ରୀପଦଙ୍କୁ ଶପଥ ପାଠ କରାଇଛନ୍ତି। ପୂର୍ବରୁ କର୍ଣ୍ଣାଟକ ହାଇକୋର୍ଟର ବିଚାରପତି ଥିଲେ ଜଷ୍ଟିସ ଶ୍ରୀପଦ । ଜଷ୍ଟିସ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କର ଯୋଗଦାନ ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି ।

ଆଜିର ଶପଥ ଗ୍ରହଣ ଉତ୍ସବରେ ଓଡ଼ିଶା ହାଇକୋର୍ଟର ସମସ୍ତ ବିଚାରପତି, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ପୋଲିସ କମିଶନର, କଟକ ଡିସିପିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଏବଂ ଆଇନଜୀବୀମାନେ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *