Mon. Dec 23rd, 2024

ନ୍ୟୁଜ ଡେକ୍ସ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରତ୍ୟେକ ହିତାଧିକାରୀଙ୍କୁ ୩ମାସ(ଅକ୍ଟୋବରରୁ ଡିସେମ୍ବର) ପାଇଁ ୧୫କିଲୋ ଲେଖାଏଁ ଚାଉଳ ପାଇବେ ।

ଏହି ପ୍ରକ୍ରିୟା ଅକ୍ଟୋବର ପହିଲାଠାରୁ ଆରମ୍ଭ ହୋଇଥିଲେ ମଧ୍ୟ ୪୦ଲକ୍ଷ ପରିବାର ଏପର୍ଯ୍ୟନ୍ତ ଚାଉଳ ପାଇନାହାନ୍ତି । ଏହି ପରିବାରଗୁଡ଼ିକୁ ତୁରନ୍ତ ଚାଉଳ ବଂଟନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।ଏହବ୍ୟତୀତ ସମୀକ୍ଷାବେଳେ ଜଣାପଡ଼ିଥିଲା ଯେ, ରାଜ୍ୟ ସରକାର ଇ-ଶ୍ରମିକ ଭାବେ ପଞ୍ଜିକରଣ କରିଥିବା ସବୁ ଶ୍ରମିକମାନଙ୍କୁ ସାଧାରଣ ବଂଟନ ବ୍ୟବସ୍ଥାରେ ସାମିଲ କରିବାକୁ ପଦକ୍ଷେପ ନେଉଛନ୍ତି ।

ଇ-ଶ୍ରମିକରେ ପଞ୍ଜିକୃତ ହୋଇଥିବା ୧କୋଟି ୩୦ଲକ୍ଷ ଶ୍ରମିକଙ୍କ ମଧ୍ୟରୁ ପ୍ରାୟ ସମସ୍ତେ ସାମିଲ ହୋଇଥିବାବେଳେ ଆଉ ୧ଲକ୍ଷ ୩୧ହଜାର ଶ୍ରମିକ ବାକି ରହିଛନ୍ତି । ଏହି ବାଦ୍ ପଡ଼ିଥିବା ଶ୍ରମିକମାନଙ୍କୁ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ତୁରନ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ଅନ୍ୟ ରାଜ୍ୟରେ ରହୁଥିବା ପ୍ରବାସୀ ଓଡ଼ିଆମାନଙ୍କର ଇ-କେୱାଇସି ବ୍ୟବସ୍ଥାକୁ ତ୍ୱରାନ୍ୱିତ କରିବାକୁ ପରାମର୍ଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *