Thu. Oct 23rd, 2025

ନ୍ୟୁଜ ଡେକ୍ସ: ଫେବୃଆରୀ 13 ତାରିଖରୁ ଆରମ୍ଭ ହେବ ବିଧାନସଭା । ରାଜ୍ୟପାଳଙ୍କ ଅଭିଭାଷଣରୁ ଅଧିବେଶନ ଆରମ୍ଭ ହେବ । ତେବେ ଫେବୃଆରୀ 13 ତାରିଖରୁ ଏପ୍ରିଲ 5 ତାରିଖ ଯାଏଁ ଦୁଇଟି ପର୍ଯାୟରେ ବିଧାନସଭା ଚାଲିବ । ତେବେ ଫେବୃଆରୀ 17 ତାରିଖରେ ରାଜ୍ୟ ବଜେଟ ଉପସ୍ଥାପନ ହେବ । ଏନେଇ ଆଜି ବିଜ୍ଞପ୍ତି ପ୍ରକାଶ ।

ପ୍ରଥମ ଦିନରେ ରାଜ୍ୟପାଳ ଡଃ ହରିବାବୁ କମ୍ଭମପତିଙ୍କ ଅଭିଭାଷଣର କାର୍ଯ୍ୟକ୍ରମ ରହିଛି । ଫେବୃୟାରୀ ୧୪ ଓ ୧୫ତାରିଖ ଦୁଇଦିନ ଧରି ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ । ୧୬ତାରିଖ ରବିବାର ଛୁଟି ଥିବାବେଳେ ୧୭ରେ ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ ହେବ । ୧୮ରେ ସରକାରୀ କାର୍ଯ୍ୟଦିବସ ଥିବାବେଳେ ୧୯ରେ ପ୍ରାଇଭେଟ୍ ମେମ୍ବର୍ସ ବିଜିନେସ୍ ଏବଂ ୨୦ ଓ ୨୧ରେ ବଜେଟ୍ ଉପରେ ସାଧାରଣ ଆଲୋଚନା ଆରମ୍ଭ ହେବ ।

୨୨ରୁ ମାର୍ଚ୍ଚ ୬ତାରିଖ ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ବନ୍ଦ ରହିବ ।ଦ୍ୱିତୀୟ ପର୍ଯ୍ୟାୟରେ ଗୃହ କାର୍ଯ୍ୟ ମାର୍ଚ୍ଚ ୭ତାରିଖରୁ ଆରମ୍ଭ ହେବ । ବିଭାଗୀୟ ଷ୍ଟାଣ୍ଡିଂ କମିଟି ରିପୋର୍ଟମାନ ଗୃହରେ ଆଗତ ହେବ । ତା’ପରେ ମାର୍ଚ୍ଚ ୧୦ରୁ ବିଭାଗୱାରି ଅନୁଦାନ ଦାବି ଉପରେ ଆଲୋଚନା ଓ ମାର୍ଚ୍ଚ ୨୯ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ଆସିବ ବୋଲି ବିଜ୍ଞପ୍ତିରୁ ଜଣାପଡ଼ିଛି ।

Leave a Reply

Your email address will not be published. Required fields are marked *