Thu. Oct 23rd, 2025

ନ୍ୟୁଜ ଡେକ୍ସ:ସପ୍ତଦଶ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ। ବିଧାନସଭା ପରିସରରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ଏବଂ ବାସ୍ପପତି ସୁରମା ପାଢ଼ୀଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି। ଏହାପରେ ରାଜ୍ୟପାଳ ବିଧାନସଭା ଗୃହରେ ଜୟଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଛନ୍ତି। ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।

ଆଜିଠୁ ବଜେଟ ଅଧିବେଶନ ଆରମ୍ଭ ହେଉଥିବା ବେଳେ, ଅଧିବେଶନ ଆରମ୍ଭରୁ ଏଥିରେ ନିଜର ପ୍ରଥମ ଅଭିଭାଷଣ ରଖିଛନ୍ତି ରାଜ୍ୟପାଳ ହରିବାବୁ । ଜୟ ଜଗନ୍ନାଥ କହି ନିଜର ଅଭିଭାଷଣ ଆରମ୍ଭ କରିଛନ୍ତି ରାଜ୍ୟପାଳ । ଏହାପରେ ସେ ଓଡିଶାର ପ୍ରଗତି ଏବଂ ନୂଆ ସରକାରରେ ହୋଇଥିବା ବିଭିନ୍ନ ବିକାଶ ମୂଳକ କାର୍ଯ୍ୟ ଉପରେ ଆଲୋକପାତ କରିଛନ୍ତି । ସେ କହିଛନ୍ତି, ଖଣିଜ ସଂପଦରେ ଓଡ଼ିଶା ଭରପୂର । ଓଡ଼ିଶା ତାର ଐତିହ୍ୟ, କୀର୍ତ୍ତିରାଜିକୁ ନେଇ ପରିଚିତ । ୨୦୪୭ ସୁଦ୍ଧା ବିକଶିତ ଭାରତରେ ଓଡ଼ିଶାର ପ୍ରମୁଖ ଭୂମିକା ରହିବ । ସୁଭଦ୍ରା ଯୋଜନାରେ ୧ କୋଟି ମହିଳା ଉପକୃତ ହୋଇଛନ୍ତି। ମୋ ସରକାର ନୂଆ ଶିକ୍ଷା ନୀତି ଲାଗୁ କରିଛନ୍ତି। ଭିଜନ ୨୦୩୬ ପାଇଁ ୩ ଲକ୍ଷରୁ ଉର୍ଦ୍ଧ୍ଵ ପରାମର୍ଶ ଆସିଛି। ୪୬ ଲକ୍ଷ ମହିଳା ଓ ଶିଶୁଙ୍କୁ ପୁଷ୍ଟିକର ଖାଦ୍ୟ ଦିଆଯାଉଛି। ୨୦୨୭ ସୁଦ୍ଧା ୨୭ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରିବାକୁ ଲକ୍ଷ୍ୟ ରଖାଯାଇଛି। ୨୦୨୪-୨୫ରେ ପ୍ରାୟ ୧୦ ଲକ୍ଷ ମହିଳାଙ୍କୁ ଏଥିପାଇଁ ତାଲିବ ଦିଆଯିବ। ପ୍ରଧାନମନ୍ତ୍ରୀ ଇ-ବସ୍ ସେବା ଯୋଜନାରେ ୪୦୦ ଇ-ବସ୍ ଚାଲିବ। ୫ ବର୍ଷ ମଧ୍ୟରେ ୧.୫ ଲକ୍ଷ ସରକାରୀ ଚାକିରି ପୂରଣ କରାଯିବ। ପ୍ରଥମ ଦୁଇ ବର୍ଷରେ ୬୫ ହଜାର ପଦବୀ ପୂରଣ ହେବ। ଦୁଇ ବର୍ଷରେ ବୟନ ଶିଳ୍ପ କ୍ଷେତ୍ରରେ ୫୦ ହଜାର ନିଯୁକ୍ତି ଦିଆଯିବ।

୨୦୨୪-୨୫ରେ ୨୪ ହଜାରରୁ ଅଧିକ ପଦବୀ ପୂରଣ ହୋଇ ସାରିଛି। ଆମ କ୍ରୀଡ଼ାବିତ୍ କ୍ରୀଡ଼ା କ୍ଷେତ୍ରରେ ଅନେକ ସଫଳତା ଆଣିଛନ୍ତି। ପିଏମ୍ ଆବାସ ଯୋଜନାରେ ସରକାର ଘର ଯୋଗାଇବାକୁ ପ୍ରତିଶ୍ରୁତିବଦ୍ଧ ହୋଇଛନ୍ତି। ୨୦୨୬ ସୁଦ୍ଧା ନଳ ଯୋଗେ ଜଳ ଯୋଗାଣ ସୁନିଶ୍ଚିତ କରିବାକୁ ଲକ୍ଷ୍ୟ ରଖାଯାଇଛି। ୧୧୫ ସହରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ କରାଯିବ। ୨୪ ଘଣ୍ଟିଆ ବିଦ୍ୟୁତ ସେବା ଯୋଗାଇ ଦିଆଯିବ। ଓଡ଼ିଶାରେ ଏବେ ବିଜୁଳି ବଳକା ରହିଛି, ଆଗାମୀ ବର୍ଷରେ ବଳକା ରହିବ। ୨୦୨୪ ନିର୍ବାଚନରେ ଓଡ଼ିଶାବାସୀ ପରିବର୍ତ୍ତନକୁ ବାଛିଲେ। ମାତ୍ର ୮ ମାସରେ ମୋ ସରକାର ଅନେକ ଐତିହାସିକ ପଦକ୍ଷେପ ନେଇଛନ୍ତି। ୨୦୪୭ ସୁଦ୍ଧା ବିକଶିତ ଭାରତରେ ଓଡ଼ିଶାର ପ୍ରମୁଖ ଭୂମିକା ରହିବ ବୋଲି ରାଜ୍ୟପାଳ କହିଛନ୍ତି।

Leave a Reply

Your email address will not be published. Required fields are marked *