Fri. Jul 25th, 2025

ନ୍ୟୁଜ ଡେକ୍ସ: ଆସନ୍ତା ୨୪ତାରିଖ ଦିନ ରାଷ୍ଟ୍ରପତିଙ୍କ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ଏଥିପାଇଁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ତଥା ବ୍ୟବସ୍ଥାବଳୀକୁ ଶୁକ୍ରବାର ଛତିଶା ନିଯୋଗ ବୈଠକରେ ଅନୁମୋଦନ ପ୍ରଦାନ କରାଯାଇଛି।

ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ, ୨୩ ତାରିଖ ରାତ୍ର ୧୧ଟାରେ ପହୁଡ଼ ନୀତି ସମାପନ ପାଇଁ ସ୍ଥିର ହୋଇଛି । ତେବେ ୨୪ ତାରିଖ ଦିନ ରାଷ୍ଟ୍ରପତି ଦିନ ୧୨ଟା ୩୦ରୁ ଦିନ ୧ଟା  ୧୫ ମଧ୍ୟରେ ଶ୍ରୀଜିଉଙ୍କ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଥିବା ବେଳେ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିବ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିର୍ଘଣ୍ଟ ହୋଇଥିବା ନୀତି କାନ୍ତି ଅନୁସାରେ, ୨୩ ତାରିଖରେ ରାତ୍ର ୧୧ଟାରେ ପହୁଡ଼ ନୀତି ସମାପନ କରାଯାଇ ୨୪ ତାରିଖ ଭୋର୍‌ ୩ ଟାରୁ ଦ୍ୱାରଫିଟା ପାଇଁ ନୀତି ନିର୍ଘଣ୍ଟ ହୋଇଛି ।

ଦିନ ୧୧ଟାରେ ଶ୍ରୀମନ୍ଦିର ଶୋଧ କରାଯିବ । ଏହାପରେ ଦିନ ୧୧ଟାଠାରୁ ଆଉ ସାଧାରଣ ଲୋକଙ୍କୁ ଦର୍ଶନ ପାଇଁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ ଅନୁମତି ଦିଆଯିବ ନାହିଁ । ସେବକମାନେ ଧାର୍ଯ୍ୟ ନୀତିକାନ୍ତି ଅନୁସାରେ ନୀତି ସମାପନ ସହ ରାଷ୍ଟ୍ରପତିଙ୍କ ସୁରକ୍ଷା ବଳୟଠାରୁ ଦୂରତା ରକ୍ଷା କରି ଶୃଙ୍ଖଳା ରଖିବାକୁ ମୁଖ୍ୟ ପ୍ରଶାସକ ଅନୁରୋଧ କରିଛନ୍ତି।

Leave a Reply

Your email address will not be published. Required fields are marked *