Sat. Jul 26th, 2025

ନ୍ୟୁଜ ଡେସ୍କ: ୨୩ରେ ବାତ୍ୟା ସମ୍ଭାବନା, ୨୪ରେ ଓଡିଶା ଛୁଇଁବ । ଆସନ୍ତା ୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା ନେଇ ସତର୍କ କରାଇଲା ପାଣିପାଗ ବିଭାଗ । ଏନେଇ ନିଜ ଏକ୍ସ ହ୍ୟାଣ୍ଡେଲରେ ଅବଗତ କରାଇଛନ୍ତି ଭାରତୀୟ ପାଣିପାଗ ବିଭାଗ ଏସଆରସି । ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ।

ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତର ଆଣ୍ଡାମାନ ସମୁଦ୍ର ଉପରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଏହା କ୍ରମେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ସକାଳ ସୁଦ୍ଧା ଅବପାତର ରୂପ ନେବ । ୨୩ ତାରିଖରେ ବାତ୍ୟାର ରୂପ ନେବ। ଉତ୍ତର କେନ୍ଦ୍ରୀୟ ବଙ୍ଗୋପସାଗ ଉପରେ ବାତ୍ୟା ସୃଷ୍ଟି ହେବ । ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ୨୪ ତାରିଖ ସକାଳେ ଏହା ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ବାତ୍ୟାକୁ ନେଇ ଆଗୁଆ ସତର୍କ କରାଇଛନ୍ତି ଏସଆରସି । ସମୁଦ୍ରରେ ଥିବା ମତ୍ସ୍ୟଜୀବୀ ୨୧ତାରିଖ ସୁଦ୍ଧା ଉପକୂଳକୁ ଫେରିବା ଆସିବାକୁ କୁହାଯାଇଥିବାବେଳେ ସମୁଦ୍ର ଅଶାନ୍ତ ଥିବାରୁ ୨୨ ତାରିଖରୁ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *