ନ୍ୟୁଜ ଡେକ୍ସ : ଓଡ଼ିଶା ସରକାର ଏବଂ ଉତ୍କଳ ଚେମ୍ବର୍ ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ପକ୍ଷରୁ ଜନତା ମୋଇଦାନରେ ଆୟୋଜିତ ‘ସମୃଦ୍ଧ ଓଡିଶା ୨୦୩୬ କନକ୍ଲେଭ’ ସହର ଶିଳ୍ପଜଗତରେ ନବଚେତନା ଆଣିଛି। ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କନକ୍ଲେଭକୁ ଉଦ୍ଘାଟନ କରି ସ୍ପଷ୍ଟ କରିଛନ୍ତି ଯେ ଓଡ଼ିଶା ୨୦୩୬ ସୁଦ୍ଧା ୫୦୦ ବିଲିୟନ ଅର୍ଥନୀତି ଗଢ଼ିବା ମାର୍ଗରେ ପ୍ରବଳ ଭାବେ ଆଗକୁ ବଢ଼ୁଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାରେ ଶିଳ୍ପ ବିପ୍ଳବ ଆରମ୍ଭ ହୋଇଛି । ଆଗାମୀ ୧୦ ବର୍ଷ ଓଡ଼ିଶା ପାଇଁ ଡ୍ରିମ୍ ଡିକେଡ । ଗତ ୮୦ ବର୍ଷ ଓଡ଼ିଶାର ଲସ୍ ଡିକେଡ । ଓଡ଼ିଶା ଏବେ ଏକ ନମ୍ବରରେ ଅଛି । ଓଡ଼ିଶା ହେବ ହ୍ୟୁମାନ କ୍ୟାପିଟାଲ । ଦକ୍ଷତା ବୃଦ୍ଧି ପାଇଁ ସିଙ୍ଗାପୁର ସହ ଚୁକ୍ତି ହୋଇଛି । ଆଗାମୀ ଦଶନ୍ଧି ପରିବର୍ତ୍ତନର ପରବର୍ତ୍ତୀ ଦଶନ୍ଧି । ୨୦୩୬ ସୁଦ୍ଧା ଅର୍ଥନୀତିରେ ଶ୍ରେଷ୍ଠ ୫ ରାଜ୍ୟରେ ରହିବ ଓଡ଼ିଶା ।ରାଜ୍ୟ ଏବେ ୧୨୦ ବିଲିୟନ ଅର୍ଥନୀତିରେ ଅଛି । ୨୦୩୬ ସୁଦ୍ଧା ୫୦୦ ବିଲିୟନ ଅର୍ଥନୀତିରେ ଓଡ଼ିଶାକୁ ପହଞ୍ଚାଇବାକୁ ହେବ । ଆମ ସରକାର ଏବେ ସୁଦ୍ଧା ୫ ଲକ୍ଷ ୬୦ ହଜାର କୋଟିର ୨୬୦ଟି ପ୍ରକଳ୍ପ ଅନୁମୋଦନ କରିଛନ୍ତି । ଯାହାଦ୍ୱାରା ୩ ଲକ୍ଷ ୬୦ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ।
ସେଥିରୁ ଗ୍ରାଉଣ୍ଡିଂ ହୋଇ ସରିଛି ୨ ଲକ୍ଷ କୋଟିର ପ୍ରକଳ୍ପ । ସେମିକଣ୍ଡକ୍ଟରରେ ସମସ୍ତ ରାଜ୍ୟ ୧ କଲାବେଳେ ଆମେ ୫ରେ ଅଛୁ ।ଆମ ସରକାର ଆସିବାର ୧୭ ମାସ ଭିତରେ ଅନେକ କାର୍ଯ୍ୟକ୍ରମ ହାତକୁ ନେଇଛୁ । ୧୭ ଲକ୍ଷ କୋଟି ଟଙ୍କା ନିବେଶ ପାଇଁ ବୁଝାମଣା ପତ୍ର ରାଜ୍ୟ ସରକାରଙ୍କ ସବୁଠୁ ବଡ଼ ଉପଲବ୍ଧି । ଆମ ସରକାର ଇଭେଣ୍ଟ ମ୍ୟାନେଜମେଣ୍ଟରେ ସୀମିତ ନାହିଁ । ଏବେ ସୁଦ୍ଧା ୫ ଲକ୍ଷ ୬୦ ହଜାର କୋଟିର ୨୬୦ଟି ପ୍ରକଳ୍ପ ଅନୁମୋଦନ ହୋଇଛି ।
ଯାହାଦ୍ୱାରା ୩ ଲକ୍ଷ ୬୦ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ସେଥିରୁ ଗ୍ରାଉଣ୍ଡିଂ ହୋଇସରିଛି ୨ଲକ୍ଷ କୋଟିର ପ୍ରକଳ୍ପ । ରିୟଲ ଟାଇମ୍ ଭିତରେ ପ୍ରକଳ୍ପ କରିବାକୁ ଆମ ସରକାର ପ୍ରତିବଦ୍ଧ । ୩୦ଟି ଜିଲ୍ଲାରେ ୬୪ ସ୍ଥାନରେ ଶିଳ୍ପ ହେବ । ଏବେ ୧୪ ଜିଲ୍ଲାରେ ଗ୍ରାଉଣ୍ଡ ବ୍ରେକିଂ କାମ ସରିଲାଣି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି କାର୍ଯ୍ୟକ୍ରମରେ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ଉପସ୍ଥିତ ଅଛନ୍ତି ।

