Sat. Feb 21st, 2026

ନ୍ୟୁଜ ଡେସ୍କ: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଶନିବାର ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ୨୩ ତାରିଖରେ ଏହା ଲଘୁଚାପ ରୂପ ନେବ। ଏହା ପ୍ରଭାବରେ ୨୩ରୁ ୨୫ ତାରିଖ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ ।

ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ସମ୍ଭାବ୍ୟ ଲଘୁଚାପ ଦ୍ବାରା ୨୩ରୁ ୨୬ ତାରିଖ ପର୍ଯ୍ୟନ୍ତ ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ରାୟଗଡା, ମୟୂରଭଞ୍ଜ, ଢେଙ୍କାନାଳ ଓ କେନ୍ଦୁଝର ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ।

ଓଡ଼ିଶାରେ ଅକ୍ଟୋବର ୧୦ ପୂର୍ବରୁ ମୌସୁମୀ ଫେରିବା ସମ୍ଭାବନା କମ୍‌ ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି।

Leave a Reply

Your email address will not be published. Required fields are marked *