Mon. Dec 23rd, 2024

ନ୍ୟୁଜ ଡେକ୍ସ: ଦକ୍ଷିଣ-ପୂର୍ବ ବାଂଲାଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟ ସହ ଏକ ନିମ୍ନଚାପରେଖା ଦକ୍ଷିଣ-ପୂର୍ବ ବାଂଲାଦେଶ ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗର ସହ ମିଆଁମାର ଉପକୂଳ ପର୍ଯ୍ୟନ୍ତ ଲମ୍ବିଛି।

ଯାହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ନିକଟରେ ଆସନ୍ତାକାଲି ଆଡକୁ ଲଘୁଚାପ ରୂପ ନେଇପାରେ। ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ନେଇ ସୂଚନା ଦେଇଛନ୍ତି ଆଇଏମ୍‌ଡି ମହାନିର୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ତେବେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲି ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ପରେ ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଜିଲ୍ଲାଗୁଡିକରେ ବର୍ଷା ପରିମାଣ ବଢିପାରେ। ତେବେ ଏହା ଘନିଭୂତ ହେବା କିମ୍ବା ବାତ୍ୟା ରୂପ ନେବା ନେଇ ଆଶଙ୍କା ନଥିବା କହିଛି ପାଣିପାଗ ବିଭାଗ ।

ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ପାଇଁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ ଏବଂ ଢେଙ୍କାନାଳ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ପରେ ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଜିଲାଗୁଡିକରେ ବର୍ଷା ପରିମାଣ ବଢିପାରେ। ଚଳିତ ବର୍ଷ ଶୀତ ପଡ଼ିବାକୁ ନେଇ ଶ୍ରୀ ମହାପାତ୍ର କହିଛନ୍ତି, ବର୍ତ୍ତମାନ ଏଲ୍‌-ନିନୋ ସକ୍ରିୟ ନାହିଁ। ଏବେ ତାପମାତ୍ରା ୦.୫ଡିଗ୍ରୀ ସେଲ୍‌ସିୟସ୍‌ ବିଯୁକ୍ତାତ୍ମକ ରହିଛି।

Leave a Reply

Your email address will not be published. Required fields are marked *