Thu. Oct 23rd, 2025

ନ୍ୟୁଜ ଡେକ୍ସ: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ । ସେଥିପାଇଁ ସନ୍ଧ୍ୟାରେ ପ୍ରାୟ ୫ଘଣ୍ଟା ଠାକୁରଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁସାରେ ଏହି ସ୍ୱତନ୍ତ୍ର ନୀତି ଅପରାହ୍ନ ୫ଟାରୁ ରାତି ୧୦ ଟା ମଧ୍ୟରେ ଅନୁଷ୍ଠିତ ହେବ ।

ତେଣୁ ସେହି ସମୟରେ ସର୍ବସାଧାରଣ ଦର୍ଶନ ମିଳିବ ନାହିଁ । ଏଥିଲାଗି ଆଜି ସନ୍ଧ୍ୟାରେ ପ୍ରାୟ ୫ଘଣ୍ଟା ଠାକୁରଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁସାରେ ଏହି ସ୍ୱତନ୍ତ୍ର ନୀତି ଅପରାହ୍ନ ୫ଟାରୁ ରାତି ୧୦ଟା ମଧ୍ୟରେ ଅନୁଷ୍ଠିତ ହେବ।ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ।

ବର୍ଷରେ ଦୁଇରୁ ତିନିଥର ଏହି ନିତି ସମ୍ପାଦନ କରାଯାଏ। ଏହା ଏକ ଗୁପ୍ତନୀତି ହୋଇଥିବାରୁ ମୁଖ୍ୟତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *