ନ୍ୟୁଜ ଡେକ୍ସ: ଆଜିଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୫ ଦିନିଆ ଦିଲ୍ଲୀ ଏବଂ ରାଜସ୍ଥାନ ଗସ୍ତରେ ଯିବେ।ମୁଖ୍ୟମନ୍ତ୍ରୀ ୧୯, ୨୦ ଓ ୨୧ ତାରିଖ ରାଜସ୍ଥାନରେ ରହିବାର କାର୍ଯ୍ୟକ୍ରମ ରହିଛି।
ତେବେ ୨୧, ୨୨ ଓ ୨୩ ତାରିଖ ଦିଲ୍ଲୀରେ ରହିବେ ବୋଲି କୁହାଯାଉଛି। ମୁଖ୍ୟମନ୍ତ୍ରୀ ଗୁରୁବାର ସନ୍ଧ୍ୟା ସାଢ଼େ ୫ଟାରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ। ଏହି ଗସ୍ତ ସମୟରେ ଦିଲ୍ଲୀରେ ଆୟୋଜିତ ୫୫ତମ GST ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବେ । ଏହାସହ କିଛି କେନ୍ଦ୍ରମନ୍ତ୍ରୀ ଏବଂ ଶୀର୍ଷ ନେତୃତ୍ବଙ୍କୁ ଭେଟି ପାରନ୍ତି ବୋଲି ଚର୍ଚ୍ଚା ହେଉଛି ।
ସେହିଭଳି ରାଜସ୍ଥାନରେ ପ୍ରାକ୍ ବଜେଟ୍ ପ୍ରସ୍ତୁତି ଆଲୋଚନାରେ ଭାଗ ନେବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ୧୯, ୨୦ ଓ ୨୧ ତାରିଖ ରାଜସ୍ଥାନରେ ରହିବାର କାର୍ଯ୍ୟକ୍ରମ ରହିଛି । ସେହିଭଳି ୨୧, ୨୨ ଓ ୨୩ ତାରିଖ ଦିଲ୍ଲୀରେ ରହିବେ ମୁଖ୍ୟମନ୍ତ୍ରୀ ।