ନ୍ୟୁଜ ଡେକ୍ସ : ସତର୍କ କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟରେ ସପ୍ତାହେ ଯାଏଁ ଲାଗି ରହିବ ଝଡ଼ବର୍ଷା। ତେଣୁ ତେଣୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ମଧ୍ୟାହ୍ନ ଏବଂ ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ, ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି।୬ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ସମେତ ପଶ୍ଚିମ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
ସେହିପରି ୭ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ରବିବାର ଚାନ୍ଦବାଲିରେ ସର୍ବାଧିକ ୫୨.୬ ମିମି ବର୍ଷା ହୋଇଛି। ଭଦ୍ରକରେ ୧୦ମିମି, କେନ୍ଦ୍ରାପଡ଼ାରେ ୬.୪ ଓ ରାଉରକେଲାରେ ୩.୧ ମିମି ବର୍ଷା ରେକର୍ଡ ହୋଇଛି।
