ନ୍ୟୁଜ ଡେସ୍କ: ଶ୍ରୀମନ୍ଦିର ମହାପ୍ରସାଦକୁ ନେଇ ବଡ ଘୋଷଣା କରିଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ । ସେ କହିଛନ୍ତି, ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣା ମହାପ୍ରସାଦ କୁଡୁଆ ମିଳିବ । ଏନେଇ ରାଜ୍ୟ ସରକାର ଯୋଜନା କରୁଛନ୍ତି ବୋଲି କହିଛନ୍ତି ଆଇନ ମନ୍ତ୍ରୀ । ମନ୍ତ୍ରୀ କହିଛନ୍ତି, ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ମହାପ୍ରସାଦ କୁଡୁଆ ଦେବାକୁ ଯୋଜନା କରାଯାଉଛି।
ଏ ବାବଦରେ ବର୍ଷକୁ ୧୪ରୁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ସରକାରଙ୍କୁ ବର୍ଡନ ନ କରି ବଦାନ୍ୟ ବ୍ୟକ୍ତିଙ୍କ ସହଯୋଗ ନିଆଯିବ। ମାଗଣା ମହାପ୍ରସାଦ କୁଡୁଆ ଯୋଗାଇଦେବା ବାବଦରେ ବର୍ଷକୁ ୧୪ରୁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ । ସରକାରଙ୍କ ଉପରେ କୌଣସି ଚାପା ନପକାଇ ବଦାନ୍ୟ ବ୍ୟକ୍ତିଙ୍କ ସହଯୋଗ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।