Mon. Apr 20th, 2026

ନ୍ୟୁଜ ଡେକ୍ସ : ରାଜ୍ୟରେ ଦିନକୁ ଦିନ ଗରମର ପ୍ରଭାବ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ାରେ ସର୍ବାଧିକ ୩୯.୬ ଡିଗ୍ରୀ ସେଲସିଅସ୍ ତାପମାତ୍ରା ରେକର୍ଡ ହୋଇଛି। ଏହା ସହ ଅନେକ ସ୍ଥାନରେ ତାପମାତ୍ରା ୩୭ ରୁ ୩୯ ଡିଗ୍ରୀ ମଧ୍ୟରେ ରହିଥିବାରୁ ଲୋକେ ଖରାରେ ଅସ୍ତବ୍ୟସ୍ତ ହେଉଛନ୍ତି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ଆସନ୍ତା ୫ ଦିନ ମଧ୍ୟରେ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ତେବେ ଗରମ ଅବସ୍ଥା ଜାରି ରହିବ ବୋଲି କୁହାଯାଇଛି।ଏହିମଧ୍ୟରେ ୮ ତାରିଖରୁ ଉତ୍ତର ଓଡ଼ିଶାରେ ପାଗରେ ପରିବର୍ତ୍ତନ ଦେଖାଯିବ। ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ୮ ତାରିଖରେ ଜଗତସିଂପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

ସେହିପରି ୯ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଢେଙ୍କାନାଳ, କେନ୍ଦୁଝର, କଟକ, ଯାଜପୁର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡଘଡି ହେବାର ସମ୍ଭାବନା ରହିଛି। ଏହାସହ କେତେକ ସ୍ଥାନରେ ୩୦ ରୁ ୪୦ କିମି ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ଆଗମନୀ ସତର୍କତା ଜାରି କରିଛି। ଲୋକମାନଙ୍କୁ ବଜ୍ରପାତ ସମୟରେ ସାବଧାନ ରହିବାକୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *