Mon. Dec 23rd, 2024

ନ୍ୟୁଜ ଡେକ୍ସ: ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କ ଉପରେ ଆକ୍ରମଣ ଘଟଣା । ଘଟଣାରେ ସମ୍ପୃକ୍ତି ନେଇ ରିପୋର୍ଟ ଆସିବା ପରେ କଡା କାର୍ଯ୍ୟାନୁଷ୍ଠାନ ନେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଘଟଣାର ଅଭିଯୋଗରେ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରା ନିଲମ୍ବିତ ।

ଶ୍ରୀ ଜଗନ୍ନାଥ ମନ୍ଦିର ଆଇନ ଆଧାରରେ ମହାପ୍ରଭୁଙ୍କ ସେବା ପୂଜାରୁ ନିଲମ୍ବନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଶ୍ରୀମନ୍ଦିର ପରିସର କିମ୍ବା ରୋଷ ଘରେ ତାଙ୍କ ପ୍ରବେଶ ନିଷିଦ୍ଧ । ଏଥିସହ ମହାପ୍ରଭୁଙ୍କ ସେବା ପୂଜାରୁ ତାଙ୍କୁ ନିଲମ୍ବିତ କରାଯାଇଛି। ବରିଷ୍ଠ ସେବାୟତଙ୍କୁ ଆକ୍ରମଣ ଘଟଣାରେ ପନ୍ତିବଡ଼ୁ ସେବକ ଚନ୍ଦନଙ୍କ ସଂପୃକ୍ତି ଥିବା ନେଇ ଜଣାପଡ଼ିବା ପରେ ମୁଖ୍ୟ ପ୍ରାଶସକ ଏହି କଡ଼ା କର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ପରବର୍ତ୍ତୀ ସମୟରେ ଏହି ଘଟଣାରେ ଯେଉଁମାନେ ସମ୍ପୃକ୍ତି ଥିବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।

ସୂଚନା ଅନୁସାରେ, ଗତକାଲି ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କ ଉପରେ ମରଣାତ୍ମକ ଆକ୍ରମଣ କରିଥିଲେ କିଛି ଦୁର୍ବୃତ୍ତ। ଶ୍ରୀମନ୍ଦିର ପଶ୍ଚିମ ଦ୍ବାର ନିକଟରେ ସେବାୟତଙ୍କୁ ଭୁଜାଲିରେ ଆକ୍ରମଣ କରିଥିଲେ ଦୁର୍ବୁତ୍ତ । ଆକ୍ରମଣପରେ ଶ୍ରୀ ନାରାୟଣ ପ୍ରତିହାରୀଙ୍କୁ ଚିକିତ୍ସା ପାଇଁ ପୁରୀ ସଦର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଏନେଇ ସିଂହଦ୍ୱାର ଥାନାରେ ମାମଲା ରୁଜୁ ହେବା ପରେ ତଦନ୍ତ ଆରମ୍ଭ କରିଥିଲା ପୋଲିସ ।

Leave a Reply

Your email address will not be published. Required fields are marked *