Sun. Apr 19th, 2026

ନ୍ୟୁଜ ଡେକ୍ସ : ରାଜ୍ୟରେ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବ ଜାରି ରହିବା ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।ଆଜି ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୮ଟି ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ହେବା ସମ୍ଭାବନା ରହିଛି।ଏହି ସମୟରେ ୩୦ରୁ ୪୦ କିଲୋମିଟର ବେଗରେ ଝଟିକା ବାତାସ ବହିପାରେ ବୋଲି ପୂର୍ବାନୁମାନ କରାଯାଇଛି।

ତେଣୁ ଲୋକମାନଙ୍କୁ ସତର୍କ ରହିବା ସହ ଆବଶ୍ୟକ ସତର୍କତା ଅବଳମ୍ବନ କରିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।ସେହିପରି ଆସନ୍ତା ୨୭, ୨୮ ଓ ୨୯ ତାରିଖରେ ମଧ୍ୟ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ବର୍ଷା ଜାରି ରହିବା ସମ୍ଭାବନା ରହିଥିବା ବେଳେ, କୃଷକ ଓ ସାଧାରଣ ଲୋକଙ୍କୁ ପୂର୍ବ ତୟାରି ରଖିବାକୁ ଅନୁରୋଧ କରାଯାଇଛି।

Leave a Reply

Your email address will not be published. Required fields are marked *