Fri. Oct 24th, 2025

ନ୍ୟୁଜ ଡେକ୍ସ: ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର । ଚଳଚଞ୍ଚଳ ଆଠଗଡ଼ର ପ୍ରସିଦ୍ଧ ବାବା ଧବଳେଶ୍ୱରଙ୍କ ପୀଠ। ଏହି ଦିନରେ ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିବା ସହ ମାନସିକ ଶାନ୍ତି ମିଳିଥାଏ ବୋଲି ଧାର୍ମିକ ବିଶ୍ୱାସ ରହିଛି ।

କାର୍ତ୍ତିକ ସୋମବାରରେ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବା ସହିତ ପୀଠରେ କାର୍ତ୍ତିକ ବ୍ରତ ପାଳନ କରୁଛନ୍ତି ବ୍ରତଧାରି ଓ ଶ୍ରଦ୍ଧାଳୁ । ବ୍ରତଧାରୀମାନେ ମହାଦେବଙ୍କୁ ଦର୍ଶନ କରି ବ୍ରତ କରିବା ସହ କାର୍ତ୍ତିକ ମାସରେ ପୂଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି। ଭୋର ୪ଟାରୁ ମନ୍ଦିରର ପହଡ ଖୋଲାଯାଇ ୧୦୮ ସୁବାସିତ ଜଳରେ ବାବାଙ୍କୁ ସ୍ନାନ କରାଯିବା ପରେ ମଙ୍ଗଳଆଳତୀ, ମଇଲମ୍‌‌, ବାଳଭୋଗ ଆଦି ନୀତିକାନ୍ତି ସମ୍ପନ୍ନ ହୋଇଛି।

ଶ୍ରଦ୍ଧାଳୁଙ୍କ ଭିଡ଼ ଯୋଗୁଁଁ ପୁଲିସ ମୁତୟନ କରାଯାଇଛି। ସେହିପରି ନୟାଗଡ଼ ଜିଲାର ଲଡୁବାବାଙ୍କ ପୀଠରେ ଶହଶହ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଶରଣକୂଳରେ ମନ୍ଦିର ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। କଂକ୍ରିଟ ସେତୁ ଦେଇ ଶ୍ରଦ୍ଧାଳମାନେ ପୀଠକୁ ଯାଉଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି।

Leave a Reply

Your email address will not be published. Required fields are marked *