ନ୍ୟୁଜ ଡେକ୍ସ: ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀମାନଙ୍କ ପାଇଁ ବାର୍ଷିକ ଅତିରିକ୍ତ ସାମୟିକ ଛୁଟି ୨ ଦିନ ବଢିଛି।। ପୂର୍ବରୁ ଥିବା ୧୦ ଦିନକୁ ୧୨ଦିନ କରିଛନ୍ତି ମୋହନ ସରକାର । ଅତିରିକ୍ତ ସାମୟିକ ଛୁଟି ବଢାଇବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବ ସରକାର ମହିଳାମାନଙ୍କୁ ବର୍ଷକୁ ୧୦ଦିନ ଅତିରିକ୍ତ ସାମୟିକ ଛୁଟି ପ୍ରଦାନ କରୁଥିଲେ।
ସୂଚନା ମୁତାବକ, ସରକାରୀ ମହିଳା କର୍ମଚାରୀଙ୍କ ପାଇଁ ଖୁସି ଖବର ଦେଇଛନ୍ତି ରାଜ୍ୟ ସରକାର । ଏଣିକି ମହିଳା ସରକାରୀ କର୍ମଚାରୀଙ୍କୁ ବର୍ଷକୁ ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ଘୋଷଣା । ଏହି ଅତିରିକ୍ତ ସାମୟିକ ଛୁଟି ପୂର୍ବରୁ ୧୦ ଦିନ ପାଇଁ ମିଳୁଥିଲା । ବର୍ତ୍ତମାନ ଏହି ସଂଖ୍ୟା ୨୨ ହୋଇଛି । ସେମାନେ ଏହି ଅତିରିକ୍ତ ଛୁଟି ପ୍ରଚଳିତ ୧୦ ଦିନ ସାମୟିକ ଛୁଟି (CL) ଓ ୫ ଦିନ ସ୍ଵତନ୍ତ୍ର ସାମୟିକ ଛୁଟି (Special CL) ସହିତ ପାଇ ପାରିବେ । ଏହି ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ସେମାନେ ମାସକୁ ଗୋଟିଏ ଦିନ ଲାଭ କରି ପାରିବେ ।
ମହିଳା ମାନଙ୍କ ମାସିକ ଧର୍ମ ଜନିତ କାରଣରୁ ଏହି ଅତିରିକ୍ତ ଛୁଟି ପ୍ରଦାନ କରାଯାଇଛି । ଚଳିତ ବର୍ଷ ସ୍ବାଧୀନତା ଦିବସ ପାଳନ ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ମାସିକ ଋତୁସ୍ରାବ ପାଇଁ ଗୋଟିଏ ଦିନ ଛୁଟି ଘୋଷଣା କରିଥିଲେ । ଋତୁସ୍ରାବ ପୀଡା କଷ୍ଟ ପାଇଁ ରାଜ୍ୟସରକାର ଏହି ନିଷ୍ପତ୍ତି ନେଇଥିଲେ ।
