Mon. Dec 23rd, 2024

ନ୍ୟୁଜ ଡେକ୍ସ: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଅବପାତ ବାତ୍ୟାର ରୂପ ନେଇ ମାଡି ଆସୁଛି। ଓଡ଼ିଶା ଉପକୂଳ ଭିତରକନିକା-ଧାମରା ମଧ୍ୟରେ ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ନେଇ ସମ୍ଭାବନା ରହିଛି। ଆସନ୍ତାକାଲି ଭୀଷଣ ବାତ୍ୟାର ରୂପ ନେଇ ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳେ ଭିତରକନିକା-ଧାମରା ମଧ୍ୟରେ ସ୍ଥଳର ଭାଗ ଛୁଇଁବାର ସମ୍ଭାବନା ରହିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ଏହି ସୂଚନା ଦେଇଛନ୍ତି। ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ଯାଜପୁର, ପୁରୀ ଓ ପାଶ୍ୱବର୍ତ୍ତୀ କିଛି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୨୪ତାରିଖରେ ଅତି ପ୍ରବଳ ବର୍ଷା ନେଇ ୪ଜିଲା ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ୱର ଓ ଭଦ୍ରକ ଜିଲାକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି।

ଉମାଶଙ୍କର ଦାଶ ଆହୁରି କହିଛନ୍ତି, ୨୪ ଓ ୨୫ ତାରିଖରେ ବାତ୍ୟାର ପ୍ରଭାବ ଅଧିକ ରହିବ। ୨୪ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଆଜି ସନ୍ଧ୍ୟାଠୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ। ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା,କଟକ, ପୁରୀ, ଗଞ୍ଜାମ ଓ ମୂୟରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *