Wed. Apr 29th, 2026

ନ୍ୟୁଜ ଡେକ୍ସ : ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ପକ୍ଷରୁ ରାଜ୍ୟର ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ କଲେଜଗୁଡିକରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଲେକ୍ଚରର, ରିଡର ଏବଂ ପ୍ରଫେସରମାନଙ୍କ ଦରମା ପୁନଃନିର୍ଦ୍ଧାରଣ କରାଯାଇ ବୃଦ୍ଧି କରାଯାଇଛି।ନୂତନ ନିଷ୍ପତ୍ତି ଅନୁସାରେ, ଚୁକ୍ତିଭିତ୍ତିକ ଲେକ୍ଚରରମାନଙ୍କ ପାଇଁ ପ୍ରତିମାସ ୭୦,୦୦୦ ଟଙ୍କା ଦରମା ନିର୍ଦ୍ଧାରଣ କରାଯାଇଛି।

ସେହିପରି, ରିଡରମାନଙ୍କ ଦରମା ୪୦,୦୦୦ ଟଙ୍କାରୁ ବୃଦ୍ଧି ପାଇ ୮୦,୦୦୦ ଟଙ୍କା କରାଯାଇଥିବାବେଳେ ପ୍ରଫେସରମାନଙ୍କ ଦରମା ୫୦,୦୦୦ ଟଙ୍କାରୁ ବୃଦ୍ଧି ପାଇ ୧ ଲକ୍ଷ ଟଙ୍କା କରାଯାଇଛି।ଏହି ପ୍ରସ୍ତାବକୁ ଅର୍ଥ ବିଭାଗର ସମ୍ମତି ମିଳିଥିବା ବେଳେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଏହାକୁ କାର୍ଯ୍ୟକରିତ କରାଯାଇଛି।

ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ଏହି ପଦକ୍ଷେପକୁ ସ୍ୱାଗତ କରି କହିଛନ୍ତି ଯେ ଏହା ରାଜ୍ୟର ଆୟୁଷ ଶିକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ସହ ଅଧ୍ୟାପକମାନଙ୍କୁ ଉତ୍ସାହ ଯୋଗାଇବ। ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ଚୁକ୍ତିଭିତ୍ତିକ ଶିକ୍ଷକମାନେ ଅର୍ଥନୈତିକ ଭାବେ ଲାଭାନ୍ୱିତ ହେବେ ଓ ଶିକ୍ଷାର ଗୁଣଗତ ମାନ ଉନ୍ନତି ପାଇବ ବୋଲି ଆଶା କରାଯାଉଛି।

Leave a Reply

Your email address will not be published. Required fields are marked *