Mon. Dec 23rd, 2024

ନ୍ୟୁଜ ଡେକ୍ସ: ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ । ଆଜି ଦ୍ଵିତୀୟ ଦିନରେ ବାଲେଶ୍ଵର ଓ ମୟୁରଭଞ୍ଜ ଜିଲ୍ଲା ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏପରିକି ଲ୍ୟାଣ୍ଡଫଲ କରିଥିବା ସ୍ଥାନ ହାବେଲୀଖଟିରେ ମଧ୍ୟ ସ୍ଥିତି ପରଖିବେ ।

ଆଜି ମଧ୍ୟାହ୍ଣ ୧୨ଟାରେ ପୁଣି ସାମୁଦ୍ରିକ ବାତ୍ୟା ‘ଦାନା’ର ପ୍ରଭାବରେ ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ କ୍ଷୟକ୍ଷତି ହୋଇଥିବା ଅଞ୍ଚଳକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯିବେ। ସେ ଭୁବନେଶ୍ଵର ବିମାନବନ୍ଦରରୁ ହେଲିକପ୍ଟର ଯୋଗେ ଯାଇ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିବେ। ତାଙ୍କ ସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଏସଆରସି ଏବଂ ପୁଲିସ ଡିଜି ଓ୍ମାଇ ବି ଖୁରାନିଆ ପ୍ରମୁଖ ବି ଉପସ୍ଥିତ ରହିବେ ବୋଲି ଜଣାଯାଇଛି।

ତେବେ, ରବିବାର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ। ଆକାଶ ମାର୍ଗରୁ ପରିଦର୍ଶନ ପରେ ତୁରନ୍ତ କ୍ଷୟକ୍ଷତିର ଆକଳନ କରି ସହାୟତା ପ୍ରଦାନ କରିବାକୁ ବିଭିନ୍ନ ବିଭାଗକୁ ନିର୍ଦେଶ ଦେଇଥିଲେ।

Leave a Reply

Your email address will not be published. Required fields are marked *