Sun. Jun 7th, 2026

ନ୍ୟୁଜ ଡେକ୍ସ : ରାଜ୍ୟରେ ପ୍ରାଥମିକ ଶିକ୍ଷାର ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ଗୋଦାବରୀଶ ମିଶ୍ର ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପର ଦ୍ୱିତୀୟ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ୨୦୪ଟି ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।

କାର୍ଯ୍ୟକ୍ରମ ପରେ ସାମ୍ବାଦିକଙ୍କ ସହ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସରକାରଙ୍କ ଲକ୍ଷ୍ୟ ହେଉଛି ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ କରିବା। ପ୍ରତ୍ୟେକ ବିଦ୍ୟାଳୟ ପ୍ରାୟ ୫ ଏକର ଜମି ଉପରେ ନିର୍ମାଣ କରାଯିବ ଏବଂ ଏଥିପାଇଁ ବିଦ୍ୟାଳୟ ପିଛା ୫ରୁ ୭ କୋଟି ଟଙ୍କା ବ୍ୟୟ ହେବ।ଏହି ବିଦ୍ୟାଳୟଗୁଡ଼ିକରେ ଆଧୁନିକ ଶିକ୍ଷା ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଇ ସ୍ମାର୍ଟ ଶ୍ରେଣୀଗୃହ ସହ ବିଭିନ୍ନ ଉନ୍ନତ ସୁବିଧା ଯୋଗାଇ ଦିଆଯିବ।

ସେହିପରି ପ୍ରତ୍ୟେକ ବିଦ୍ୟାଳୟକୁ ଉନ୍ନୀତ ବିଦ୍ୟାଳୟର ମାନ୍ୟତା ପ୍ରଦାନ କରାଯାଉଛି। ଉଲ୍ଲେଖଯୋଗ୍ୟ ଯେ, ପ୍ରଥମ ପର୍ଯ୍ୟାୟରେ ୧୧୮ଟି ଗୋଦାବରୀଶ ମିଶ୍ର ପ୍ରାଥମିକ ବିଦ୍ୟାଳୟ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ଦ୍ୱିତୀୟ ପର୍ଯ୍ୟାୟରେ ଆହୁରି ୨୦୪ଟି ବିଦ୍ୟାଳୟ ଯୋଡ଼ାଯିବା ସହ ରାଜ୍ୟରେ ପ୍ରାଥମିକ ଶିକ୍ଷାର ବିକାଶକୁ ନୂଆ ଦିଗ ମିଳିବ ବୋଲି ଆଶା କରାଯାଉଛି।

Leave a Reply

Your email address will not be published. Required fields are marked *