ନ୍ୟୁଜ ଡେକ୍ସ: ୧୦ରୁ ୧୫ ଦିନ ମଧ୍ୟରେ ଶେଷ ହେବ E-KYC। ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଯୋଗାଣ ମନ୍ତ୍ରୀ କହିଛନ୍ତି, ଅଯୋଗ୍ୟଙ୍କୁ ଚିହ୍ନଟ ପାଇଁ ଚାଲିଛି E-KYC ପ୍ରକ୍ରିୟା। ରାଶନକାର୍ଡରୁ ବାଂଲାଦେଶୀ ଓ ରୋହିଙ୍ଗ୍ୟା ବାଦ୍ ପଡ଼ିବେ। E-KYC ପରେ ନୂଆ ହିତାଧିକାରୀଙ୍କୁ ମିଳିବ କାର୍ଡ। କିଛି ମାସ ପୂର୍ବରୁ, ରାଶନ କାର୍ଡଧାରୀଙ୍କ ପାଇଁ ଇ-କେଓ୍ବାଇସି କରିବା ପାଇଁ ସରକାର ନିର୍ଦ୍ଦେଶନାମା ଜାରି କରିଥିଲେ ।
ଯେଉଁଥିରେ ସମସ୍ତ ରାଶନ କାର୍ଡଧାରୀଙ୍କ ପାଇଁ ଇ-କେଓ୍ବାଇସି କରିବା ବାଧ୍ୟତାମୂଳକ କରାଯାଇଥିଲା । ଯଦି ଆପଣ ଏ ପର୍ଯ୍ୟନ୍ତ ଆପଣଙ୍କର ଇ-କେଓ୍ବାଇସି କରିନାହାଁନ୍ତି । ତେବେ ଆପଣ ନିଜ ଅଞ୍ଚଳର ଯେକୌଣସି ନିକଟତମ ସରକାରୀ ରାଶନ ବଣ୍ଟନ ଦୋକାନକୁ ଯାଇ ପିଓଏସ୍ ମେସିନ୍ ମାଧ୍ୟମରେ ଇ-କେଓ୍ବାଇସି କରିପାରିବେ । ଭାରତରେ ଅନେକ ଲୋକ ଦାରିଦ୍ର ସୀମାରେଖା ତଳେ ବାସ କରୁଛନ୍ତି। ଏହିପରି ଅନେକ ଲୋକଙ୍କର ଦୁଇଅଳି ଖାଇବା ମଧ୍ୟ ଟଙ୍କା ନାହିଁ। ଏଭଳି ପରିସ୍ଥିତିରେ ଭାରତ ସରକାର ଏଭଳି ଲୋକଙ୍କୁ କମ ମୂଲ୍ୟରେ ରାଶନ ଯୋଗାଇଥାନ୍ତି। ଏଥିପାଇଁ ସରକାର ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅନୁଯାୟୀ ଏହି ଲୋକଙ୍କୁ ରାଶନ କାର୍ଡ ମଧ୍ୟ ପ୍ରଦାନ କରୁଛନ୍ତି।
ରାଶନ କାର୍ଡ ସାହାଯ୍ୟରେ ନିକଟସ୍ଥ ସରକାରୀ ରାଶନ ଦୋକାନଗୁଡ଼ିକରେ କମ ମୂଲ୍ୟରେ ରାଶନ ମିଳିପାରିବ। କିଛି ମାସ ପୂର୍ବରୁ, ରାଶନ କାର୍ଡଧାରୀଙ୍କ ପାଇଁ E-KYC କରିବା ପାଇଁ ସରକାର ନିର୍ଦ୍ଦେଶନାମା ଜାରି କରିଥିଲେ। ଯେଉଁଥିରେ ସମସ୍ତ ରାଶନ କାର୍ଡଧାରୀଙ୍କ ପାଇଁ E-KYC କରିବା ବାଧ୍ୟତାମୂଳକ କରାଯାଇଥିଲା। ଯଦି ଆପଣ ଏ ପର୍ଯ୍ୟନ୍ତ ଆପଣଙ୍କର E-KYC କରିନାହାଁନ୍ତି। ତେବେ ଆପଣ ନିଜ ଅଞ୍ଚଳର ଯେକୌଣସି ନିକଟତମ ସରକାରୀ ରାଶନ ବଣ୍ଟନ ଦୋକାନକୁ ଯାଇ PoS ମେଶିନ ମାଧ୍ୟମରେ E- KYC କରିପାରିବେ।